ଯୋଡ଼ା -କେନ୍ଦୁଝର ଯୋଗାଯୋଗ ବିଚ୍ଛିନ୍ନ

ଯୋଡ଼ା, ୨୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ ଥିବା ତଥା ୫୨୦ ନଂ ଜାତୀୟ ରାଜପଥର ବାସୁଦେବପୁରଠାରେ ଥିବା ବୈତରଣୀ ନଦୀ ସେତୁ ଦୁର୍ବଳ ହୋଇଯାଇଥିବାରୁ ତଥା ବଢି ପାଣି ଆସି ଅତଡା ଖସିବାରୁ ଯାତାୟାତ ପ୍ରଭାବିତ ହୋଇଛି। ବୈତରଣୀ ନଦୀର ଏହି ସେତୁ ଉପରେ ଦୈନନ୍ଦିନ ହଜାର ହଜାର ଖଣିଜ ବୋଝେଇ ଟ୍ରକ ସହିତ ସ୍ଥାନୀୟ ଯୋଡା ବଡବିଲ, କୋଇଡା ପ୍ରଭୃତି ଅଞ୍ଚଳର ଜନସାଧାରଣ ଚମ୍ପୁଆ , କେନ୍ଦୁଝର ତଥା କଟକ ଭୁବନେଶ୍ୱରକୁ ଯାତାୟାତ କରିଥାନ୍ତି। ପୋଲର ଅତଡା ଖାଇଯିବାରୁ ପୋଲ ଉପର ଦେଇ ଯାତାୟାତ କରିବା ବିପଦପୂର୍ଣ୍ଣ ରହିଛି ା ଫଳରେ ସଦର ଉପଖଣ୍ଡ ମହକୁମା ଚମ୍ପୁଆ ତଥା କେନ୍ଦୁଝର ଜିଲା ମୁଖ୍ୟାଳୟକୁ ଯାତାୟତ ଠପ୍‌ ହୋଇଯାଇଛି। ଏସମ୍ପର୍କରେ ପ୍ରତିକ୍ରିୟା ଦେଇ ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି ଯେ, ଯାତାୟାତରେ ବିପଦ ଥିବାରୁ ଏହାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି ଏବଂ ଏହାର ମରାମତି ମଧ୍ୟ ଆରମ୍ଭ ହୋଇଛି॥ ପୋଲରେ ଯାତାୟାତ ଠପ ହୋଇଥିବାରୁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମୁଖୀନ ହେଉଥିବା ଦେଖିବାକୁ ମିଳିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri