ଜାନୁୟାରୀ ୧୯ରୁ ଯୋଡ଼ା ମହୋତ୍ସବ

ଯୋଡ଼ା,୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ, ପୂର୍ବତନ ଏମ୍‌ପି ଧନୁର୍ଜୟ ସିଂ ଲାଗୁରି ଓ ସହରର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହଯୋଗରେ ୨୦୧୮ରେ ପ୍ରଥମ କରି ଯୋଡ଼ା ମହୋତ୍ସବ ଆରମ୍ଭ ହୋଇଥିଲା। ଦୁଇ ବର୍ଷ ହେଲା କରୋନା ମହାମାରୀ ଯୋଗୁ ମହୋତ୍ସବ ପାଳନ ହୋଇପାରି ନ ଥିଲା। ତେଣୁ ଚଳିତ ବର୍ଷ ଏହି ମହୋତ୍ସବ ପାଳନ ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଯୋଡ଼ା ପୌରପାଳିକା ସଭାଗୃହରେ ନଗରପାଳ ଜଗଦୀଶ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ମହୋତ୍ସବ କମିଟିର ସଂଯୋଜକ ସୁଶାନ୍ତ କୁମାର ବାରିକ ପୂର୍ବ ବର୍ଷର ସମସ୍ତ କାର୍ଯ୍ୟଧାରା ଓ କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ଆସନ୍ତା ଜାନୁୟାରୀ ୧୯ରେ ଏହି ମହୋତ୍ସବ ୪ ଦିନ ବ୍ୟାପି କରାଯିବା ନେଇ ସର୍ବସମ୍ମତି କ୍ରମେ ସ୍ଥିର କରାଯାଇଥିଲା। ବୈଠକରେ ନଗରପାଳଙ୍କ ସମେତ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ, ମହିଳା ମହାସଂଘର ସଦସ୍ୟ ଓ ଖବର ଦାତାଙ୍କ ସମେତ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri