ଯୋଡ଼ାବନ୍ଧ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରିଡା ପ୍ରତିଯୋଗିତା ଉଦ୍‌ଯାପିତ

ଲାଞ୍ଜିଗଡ଼,୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଯୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗିତାରେ ଯୋଡ଼ାବନ୍ଧର ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାୟ ୬ ଶହ ଛାତ୍ରଛାତ୍ରୀ ସ୍କୁଲରେ ଥିବା ଗଣେଷ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଗଣେଶ ମନ୍ଦିରରୁ ମଶାଲ ନେଇ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ନିଜ ସ୍କୁଲ ଖେଳ ପଡିଆକୁ ଫେରିଥିଲେ।

ସ୍କୁଲର ପ୍ରଧାନ ଶିକ୍ଷକ ସୁଖଦେବ ମଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଳକ ଅତିରିକ୍ତ ଶିକ୍ଷା ଅଧିକାରୀ ସୁଧଳଦେବ ମୁଣ୍ଡ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ପଞ୍ଚାୟତ ସମିତି ଉପାଦକ୍ଷ ସଞ୍ଜୀବ କୁମାର ନାୟକ, ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ,ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନିଳାଞ୍ଚଳ ପ୍ରଧାନ, ସିଆରସିସି ସୌଭାଗ୍ୟ ରଞ୍ଜନ ସାହୁ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋବର୍ଦ୍ଧନ ମାଝୀ,ସମାଜସେବୀ ଲଷ୍ମୀଧର ସନ୍ତୋଷ ରାଏ,ବିଶ୍ୱନାଥପୁର ପୂର୍ବତନ ସରପଞ୍ଚ ଅନ୍ତ ରାମ ପ୍ରଧାନୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବାଲାଜି ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମଟିକୁ ବରିଷ୍ଠ ଶିକ୍ଷକ ସୁବାଷ ଚନ୍ଦ୍ର ନାୟକ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ପ୍ରତିଯୋଗିତାରେ ସ୍କୁଲର ୧୯୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ଏଥିରେ ଫୁଟବଲ,ଭଳିବଲ, ଖୋକୋ, ଦୌଡ,ଉଚ୍ଚ ଡିଆଁ,ଲମ୍ବ ଡିଆଁ,ସଟଫୁଟ,ଡିସକସ ଥ୍ରୋ,ଜାଭଲିନ ଥ୍ରୋ ଆଦି ୨୦ ଟି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ସାର୍ଟିଫିକେଟ ସହ ପୁରସ୍କାର ପ୍ରଦାନ କରିଥିଲେ।ଏହି କ୍ରୀଡା ପ୍ରତିଯୋଗିତାରେ ବ୍ଳକର ପ୍ରଥମ ଥର ପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ପୋଲିସ ଷ୍ଟେସନ, କୋର୍ଟ, ଅଗ୍ନିଶମ ବିଭାଗ, ବ୍ୟାଙ୍କ, ଅଙ୍ଗନବାଡି କେନ୍ଦ୍ର ଆଦି ଷ୍ଟଲ ଛାତ୍ରଛାତ୍ରୀଙ୍କ ଦ୍ବାରା ର୍ନିମାଣ କରାଯାଇ ଲୋକଙ୍କୁ କିଭଳି ଭାବେ ସଚେତନ କରାଯିବ ସେନେଇ ଅତିଥିମାନେ ଷ୍ଟଲ ପରିଦର୍ଶନ କରିବା ସମୟରେ ଛାତ୍ରଛାତ୍ରୀ ମାନେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ଥିଲା। ପ୍ରତିଯୋଗିତାକୁ ସ୍କୁଲର ଖେଳ ଶିକ୍ଷକ ଅନନ୍ତ ନାରାୟଣ ନାୟକ ପରିଚାଳନା କରିଥିଲେ।ଏହି ଅବସରରେ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଯୋଡ଼ାବନ୍ଧ ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଯୋଡ଼ାବନ୍ଧର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri