ମାଓବାଦୀଙ୍କ ବିରୋଧରେ ପୁଣି ଗର୍ଜିଲେ ଯୋଡାମ୍ବ ପଞ୍ଚାୟତବାସୀ

ଚିତ୍ରକୋଣ୍ଡା,୭।୬: ମାଓବାଦୀଙ୍କ କାର୍ଯ୍ୟକଳାପକୁ ବିରୋଧ କରି ପୁଣି ଗର୍ଜିଲେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡାମ୍ବ ପଞ୍ଚାୟତବାସୀ। ସ୍ବାଭିମାନ ଅଞ୍ଚଳ ଆଦିବାସୀ ବିକାଶ ଶାନ୍ତି ପରିଷଦର ଆହ୍ବାନ କ୍ରମେ ଏହି ପ୍ରଜାମେଳିଟି ଦାରଲାବେଡାଠାରେ ଅନୁଷ୍ଠିତ ହୋଇଥିଲା। ତେବେ ସ୍ବାଭିମାନ ଅଞ୍ଚଳବାସୀଙ୍କ ଅଭିଯୋଗ ଏହା କି ପୂର୍ବେ ସଡକପଥରେ ଯୋଗାଯୋଗ ନ ଥିବା ହେତୁ ଅଞ୍ଚଳର ବିକାଶ ହୋଇପାରୁ ନ ଥିଲା। କିନ୍ତୁ ଗୁରୁପ୍ରିୟା ସେତୁ ନିର୍ମାଣ ପରେ ସରକାର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସେଠାରେ ପହଂଚିପାରୁଛି। ହେଲେ ମାଓବାଦୀ ମାନେ ହିଁ ବିକାଶରେ ବାଧା ଦେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ନିରୀହ ଆଦିବାସୀଙ୍କୁ ପୋଲିସ ଇନଫର୍ମର କହି ମିଥ୍ୟାରେ ଅତି ନିର୍ମମ ଭାବେ ହତ୍ୟା କରିବା ସହ ବିଭିନ୍ନ ସ୍ଥାନରେ ଲ୍ୟାଣ୍ଡମାଇନ ଖଞ୍ଜି ଦେଉଛନ୍ତି। ଯାହାଦ୍ୱାରା କି ନିରୀହ ଆଦିବାସୀଙ୍କ ମୃତ୍ୟୁ ହେଉଛି। ନିକଟରେ ଆନ୍ଧ୍ରପ୍ରଦେଶର ପେଦାବାଇଲୁ ମଣ୍ଡଳର ଚିନ୍ତାଲିଭିଦି ଗ୍ରାମର ଦୁଇ ନିରୀହ ଆଦିବାସୀ ମୃତ୍ୟୁବରଣ କରିଥିବା ସହ ପୂର୍ବରୁ କାଲିମେଳା ଅଞ୍ଚଳରେ ଏପରି ବହୁ ଘଟଣାମାନ ଘଟିଥିବା ଦେଖିବାକୁ ମିଳିଛି। ମାଓବାଦୀମାନେ ସବୁବେଳେ ଏହି ନିରୀହ ଆଦିବାସୀଙ୍କ ପାଇଁ ଲଢ଼ୁଥିବା କହୁଛନ୍ତି। ଯଦି ପ୍ରକୃତରେ ସେମାନେ ଲଢ଼ୁଛନ୍ତି ତାହେଲେ କାହିଁକି ଯୋଡାମ୍ବ ଗ୍ରାମକୁ ପୋଡ଼ିଦେଲେ ବୋଲିୂ ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ସେମାନେ କୁନି କୁନି ପିଲାଙ୍କୁ ମଧ୍ୟ ନିଜ ମାଓ ସଂଗଠନ୍‌ରେ ଜୋର ଜବରଦସ୍ତି ମିଶାଇବା ନିମନ୍ତେ ବାଧ୍ୟ କରୁଛନ୍ତି। ତେଣୁ ଯୋଡାମ୍ବ ପଞ୍ଚାୟତରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପହଞ୍ଚାଇ ଅଞ୍ଚଳକୁ ବିକାଶ ପଥରେ ଆଗେଇବା ହେଉଛି ଆମର ଲକ୍ଷ୍ୟ ବୋଲି ଗ୍ରାମବାସୀ କହିଛନ୍ତି। ହିଂସା ନୁହେଁ ବରଂ ଆମେ ଶାନ୍ତି ଚାହୁଁ ବୋଲି ଏହି ପ୍ରଜାମେଳି ମାଧ୍ୟମରେ ଗ୍ରାମବାସୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri