Posted inଜାତୀୟ

ଜମି ହଡପ ମାମଲାରେ ରବର୍ଟ ଭଦ୍ରଙ୍କ ବଢିଲା ଅଡୁଆ

ନୂଆଦିଲ୍ଲୀ,୨୨।୧୨: ଜମି ହଡପ ମାମଲାରେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ର ଏବଂ ତାଙ୍କ ମା’ ମୌରିନ ଭଦ୍ରଙ୍କ ପାଇଁ ସମସ୍ୟା ବଢିବାରେ ଲାଗିଛି। ରବର୍ଟ ଭଦ୍ରଙ୍କ କମ୍ପାନୀ ସ୍କାଏଲାଇଟ ହସ୍ପିଟାଲିଟିର ଆବେଦନକୁ ରାଜସ୍ଥାନ ହାଇକୋର୍ଟ ଖାରଜ କରିଦେଇଛନ୍ତି। କିନ୍ତୁ କୋର୍ଟ ରବର୍ଟ ଭଦ୍ରାଙ୍କ ଗିରଫଦାରୀ ଉପରେ ମଧ୍ୟବର୍ତ୍ତୀକାଳୀନ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି, ଗିରଫ ଉପରେ ନିଷେଧାଦେଶ ୨ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ, ତେଣୁ ସେ ଯଦି ଏହି ନିଷ୍ପତ୍ତିକୁ ଉପର ଅଦାଲତରେ ଚ୍ୟାଲେଞ୍ଜ କରିବାକୁ ଚାହାଁନ୍ତି, ତେବେ ତାହା ସେ କରିପାରିବେ। ବିକାନେରରେ ଜମି କ୍ରୟ ଏବଂ ବିକ୍ରିରେ ହୋଇଥିବା ଠକେଇରେ ଉଭୟ ମା’ ପୁଅ ଜଡିତ ଥିବା ଅଭିଯୋଗ ହୋଇଛି।
ରାଜସ୍ଥାନ ହାଇକୋର୍ଟର ଜଷ୍ଟିସ ପୁଷ୍ପେନ୍ଦ୍ର ସିଂଙ୍କ ବେଞ୍ଚ ସ୍ପଷ୍ଟ ଭାବେ କହିଛି ଯେ, ଏହି ଘଟଣାରେ ଇଡି ତଦନ୍ତରେ ରବର୍ଟ ଏବଂ ତାଙ୍କ ମାଙ୍କୁ ସହଯୋଗ କରିବାକୁ ପଡ଼ିବ। ଉପର ଅଦାଲତରେ ଆବେଦନ କରିବାକୁ ଦୁଇ ସପ୍ତାହ ସମୟ ଦିଆଯାଇଛି। ସେପର୍ଯ୍ୟନ୍ତ ଗିରଫଦାରୀ ଉପରେ ପ୍ରତିବନ୍ଧକ ଲାଗୁ ହେବ।
୨୦୧୮ଠାରୁ ଚାଲିଥିବା ଏହି ମାମଲାରେ ହାଇକୋର୍ଟ ବର୍ତ୍ତମାନ ପର୍ଯ୍ୟନ୍ତ ରବର୍ଟ ଭଦ୍ରାଙ୍କ ଗିରଫଦାରୀକୁ ସ୍ଥଗିତ ରଖିଥିଲେ। ବର୍ତ୍ତମାନ ଯଦି ଦୁଇ ସପ୍ତାହ ମଧ୍ୟରେ ଉପର ଅଦାଲତରୁ କୌଣସି ଆରାମ ମିଳିବ ନାହିଁ, ତେବେ ଭଦ୍ରାଙ୍କୁ ଇଡି ଗିରଫ କରିପାରିବ। ଉଲ୍ଲେଖନୀୟ କଥା ହେଉଛି, ଏହି ମାମଲାରେ ଇଡି ପକ୍ଷରୁ ଏକ ପିଟିଶନ ଦାଖଲ କରି ହାଇକୋର୍ଟରୁ ରବର୍ଟ ଏବଂ ତାଙ୍କ ମାଆଙ୍କ ଗିରଫଦାରୀ ଉପରେ ପ୍ରତିବନ୍ଧକକୁ ହଟାଇବାକୁ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri