Posted inଜାତୀୟ

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଯୋଧପୁର,୯।୧୨: ରାଜସ୍ଥାନର ଯୋଧପୁରର ଚଳିତ ବର୍ଷ ସବୁଠାରୁ ବଡ଼ ସିଲିଣ୍ଡର ବିସ୍ଫୋରଣର ହୃଦୟ ବିଦାରକ ଘଟଣା ଗୁରୁବାର ଶେରଗଡର ଭୁଙ୍ଗରା ଗ୍ରାମରେ ଏକ ବିବାହ ଉତ୍ସବରେ ଘଟିଛି। ଏହି ଦୁର୍ଘଟଣା ଯୋଗୁ ୬୦ ଜଣ ନିଆଁ କବଳକୁ ଆସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ମହିଳା ଏବଂ ଶିଶୁ ଥିଲେ। ୫୨ଜଣ ଜ୍ୱଳନ୍ତ ପୀଡିତାଙ୍କୁ ଯୋଧପୁରର ମହାତ୍ମା ଗାନ୍ଧୀ ହସ୍ପିଟାଲକୁ ନିଆଯାଇ ଚିକିତ୍ସା କରାଯାଉଛି। ଅନ୍ୟପଟେ ଏହି ଘଟଣାରେ ୩ ମହିଳା ଏବଂ ୨ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କେତେକଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଏହି ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ହସ୍ପିଟାଲରେ ପହଞ୍ଚି ଆହତଙ୍କୁ ଭେଟିବା ସହ ସେମାନଙ୍କ ସମସ୍ତ ସମ୍ଭାବ୍ୟ ଚିକିତ୍ସାର ଖର୍ଚ୍ଚ ରାଜ୍ୟସରକାର ବହନ କରିବେ ବୋଲି ଆହତଙ୍କ ପରିବାରବର୍ଗଙ୍କୁ ଆଶ୍ୱାସନା ଦେଇଛନ୍ତି। ଏଥିସହ ଚିକିତ୍ସା ଏବଂ ସହାୟତାରେ କୌଣସି ଅବହେଳା କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଚିରଞ୍ଜୀବୀ ଯୋଜନା ଅନୁଯାୟୀ ଆହତମାନଙ୍କୁ ୧ଲକ୍ଷ ଟଙ୍କା ଏବଂ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଗେହଲଟ ଘୋଷଣା କରିଛନ୍ତି। ଏତଦ୍‌ବ୍ୟତୀତ ସରକାର ୨ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବେ। ସିଲିଣ୍ଡର ବିସ୍ଫୋରଣ ଯୋଗୁ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିପାଇଁ ରକ୍ଷଣାବେକ୍ଷଣ ସମ୍ପର୍କରେ ସରକାର ଏଜେନ୍ସି ସହ ଆଲୋଚନା କରିବେ। ଗ୍ୟାସ ଏଜେନ୍ସି ସହିତ କଥାବାର୍ତ୍ତା କରିବା ସହିତ ପ୍ରତ୍ୟେକ ସମ୍ଭାବ୍ୟ ସାହାଯ୍ୟ ଯୋଗାଇଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେବଳ ସେତିକି ନୁହେଁ, ଜୟପୁରରୁ ଯୋଧପୁରକୁ ମଧ୍ୟ କିଛି ଡାକ୍ତର ପଠାଯିବ। ଯାହାଦ୍ୱାରା ସେମାନେ ଅନ୍ୟ ଡାକ୍ତରଙ୍କୁ ଚିକିତ୍ସାରେ ସାହାଯ୍ୟ କରିପାରିିବେ। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ, କିନ୍ତୁ ସମସ୍ତେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ଏବଂ ମୃତ୍ୟୁସଂଖ୍ୟା ଆଉ ବୃଦ୍ଧି ନ ପାଉ ବୋଲି ଗେହଲଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri