ଯୋଧପୁରରେ ଲୋମଟାଙ୍କୁରା ଘଟଣା: ୬ ମାସର ଶିଶୁ ସମେତ ପୁରା ପରିବାରକୁ ହତ୍ୟା କରି ଜାଳିଦେଲେ

ଯୋଧପୁର,୧୯।୭: ରାଜସ୍ଥାନର ଯୋଧପୁରରେ ଗୋଟିଏ ପରିବାରର ସମସ୍ତ ସଦସ୍ୟଙ୍କୁ ଜିଅନ୍ତା ଜଳାଇଦେବା ଭଳି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ପରିବାରର ୪ ସଦସ୍ୟଙ୍କୁ ହତ୍ୟା କରିବା ସହ ଘର ଅଗଣାରେ ସେମାନଙ୍କୁ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ମୃତକଙ୍କ ମଧ୍ୟରେ ୬ ମାସର ଶିଶୁ କନ୍ୟା ବି ଥିବା ଜଣାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ସମସ୍ତେ ଶୋଇଥିବା ବେଳେ ଏଭଳି ଜଘନ୍ୟ କାଣ୍ଡ ଘଟାଇଛନ୍ତି ଦୁର୍ବୃତ୍ତ। ଘଟଣା ନେଇ ଜଣାପଡ଼ିବା ପରେ ଜିଲାପାଳଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଏହି ଲୋମଟାଙ୍କୁରା ଘଟଣା ଯୋଧପୁରର ଓସିୟା ଅଞ୍ଚଳର ରାମନଗର ପଞ୍ଚାୟତ ଚେରାଇ ଗାଁରେ ଘଟିଛି। ମୃତକମାନେ ହେଲେ ୫୫ ବର୍ଷୀୟ ପୁନରାମ, ତାଙ୍କ ପତ୍ନୀ ୫୦ ବର୍ଷୀୟ ବନୱାରୀ, ବୋହୂ ୨୪ ବର୍ଷୀୟା ଧାପୁ ଓ ୬ ମାସର ନାତୁଣୀ । ମୃତକଙ୍କ ପରିବାର ଚାଷବାସ କରି ପରିବାର ଚଳାନ୍ତି। ତେବେ ସେମାନଙ୍କର କାହା ସହ ପୂର୍ବ ଶତ୍ରୁତା ଥିବା ଜଣାପଡ଼ିନାହିଁ।

ହତ୍ୟାକାଣ୍ଡ ପରେ ନିଆଁ ଲଗାଇଦେଇଥିବାରୁ ପୁନରାମଙ୍କ ଘରୁ ଧୂଆଁ ଉଠୁଥିଲା। ଏହା ଦେଖି ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚି ଯାହା ଦେଖିଥିଲେ ସେମାନେ ଚକିତ ହୋଇଯାଇଥିଲେ। ଘର ଅଗଣାରେ ପରିବାରର ୪ ସଦସ୍ୟଙ୍କ ପୋଡ଼ା ମୃତଦେହ ପଡ଼ିଥିବା ସେମାନେ ଦେଖିବାକୁ ପାଇଥିଲେ। ପିଲାଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ବେଳେ ଅନ୍ୟମାନଙ୍କ ମୃତଦେହ ଅର୍ଦ୍ଧଦଗ୍ଧ ଅବସ୍ଥାରେ ପଡ଼ିଥିଲା। ଖବର ପାଇ ଓସିୟା ପୁଲିସ ସମେତ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଫରେନସିକ ଟିମ୍‌ ପହଞ୍ଚି ଯାଞ୍ଚ କରିଥିବା ବେଳେ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣାଯାଇଛି। ପୋଲିସ ଏହି ହତ୍ୟାକାଣ୍ଡର କାରଣ ଖୋଜିବା ସହ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାକୁ ପ୍ରୟାସ ଜୋରଦାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri