ଜାତିସଂଘରେ ପହଞ୍ଚିଲା ଯୋଧପୁର ହିଂସା…

ଜେନେଭା/ନୂଆଦିଲ୍ଲୀ, ୪।୫ : ରାଜସ୍ଥାନର ଯୋଧପୁରରେ ହୋଇଥିବା ହିଂସା ଏବେ ମିଳିତ ଜାତିସଂଘରେ ପହଞ୍ଚିଛି। ଏହା ଉପରେ ଆଲୋଚନା ମଧ୍ୟ କରାଯାଉଛି। ମିଳିତ ଜାତିସଂଘ ପ୍ରବକ୍ତା ବୁଧବାର ଭାରତ ସରକାର ଏବଂ ଏଜେନ୍ସିଗୁଡ଼ିକୁ ସହରରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ରକ୍ଷା କରିବାକୁ ଆହ୍ବାନ ଦେଇଛନ୍ତି। ଏଥିସହ ମିଳିତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ଙ୍କ କାର୍ଯ୍ୟାଳୟ ପକ୍ଷରୁ ସହରର ସମସ୍ତ ସମ୍ପ୍ରଦାୟକୁ ଏକାଠି କାମ କରିବାକୁ ନିବେଦନ କରିଛି।

ଇଦ୍‌ ପୂର୍ବରୁ ହିଂସା ବିଷୟରେ ପ୍ରଶ୍ନ ପଚରାଯିବା ପରେ ସେକ୍ରେଟେରୀ ଜେନେରାଲଙ୍କ ଉପପ୍ରବକ୍ତା କହିଛନ୍ତି ମୁଁ ଭାବୁଛି ବିଭିନ୍ନ ସମ୍ପ୍ରଦାୟ ମିଳିତ ଭାବେ କାର୍ଯ୍ୟ କରିବେ। ସରକାର ଏବଂ ସୁରକ୍ଷା ବାହିନୀ ନିଶ୍ଚିତ କରିବେ ଯେ ସମସ୍ତେ ଶାନ୍ତିରେ ଅଛନ୍ତି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏଡିଜି ଏଚ.ଏସ, ଘୁମାରିଆ କହିଛନ୍ତି ଯେ ପୋଲିସ ଫୋର୍ସ ମୁତୟନ କରାଯାଇଛି ଏବଂ କର୍ଫୂ୍ୟକୁ କଡାକଡି ଭାବେ କାର୍ଯ୍ୟକାରୀ କରାଯାଇଛି। ସେ କହିଛନ୍ତି ଯେ ଜିଲାର ଛୋଟ ଛୋଟ ଘଟଣା ଉପରେ ମଧ୍ୟ ତୀକ୍ଷ୍‌ଣ ନଜର ରଖାଯାଉଛି। ହିଂସା ସହ ଜଡିତ ମାମଲାରେ ଏପର୍ଯ୍ୟନ୍ତ ୯୭ ଜଣଙ୍କୁ ଗିରଫ କରାଯାଇଛି।

ମଙ୍ଗଳବାର ରାଜ୍ୟ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ହିଂସାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା ଘଟିବାରେ ଭାରତୀୟ ଜନତା ପାର୍ଟିର ହାତ ଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri