ବିନା ପ୍ରସ୍ତୁତିରେ ରାଷ୍ଟ୍ରପତି ନିର୍ବାଚନ ଲଢିବାକୁ ଘୋଷଣା କଲେ ବାଇଡେନ?

ଓ୍ବାଶିଂଟନ,୫।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୨୦୨୪ ନିର୍ବାଚନରେ ପୁଣିଥରେ ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଦେଲେ ସତ, ହେଲେ ଏଥିପାଇଁ ଏବେ ପର୍ଯ୍ୟନ୍ତ ତାଙ୍କ ପ୍ରସ୍ତୁତି ଦୁର୍ବଳ ଥିବା ଲକ୍ଷ୍ୟ କରାଯାଉଛି। ମିଡିଆ ରିପୋର୍ଟରେ ବାଇଡେନଙ୍କ ଦ୍ୱିତୀୟ ଥର ନିର୍ବାଚନ ଲଢିବା ପ୍ରସ୍ତୁତିର ତୁଳନା ୨୦୧୨ର ନିବର୍ର୍ାଚନ ପୂର୍ବରୁ ତତ୍କାଳିନ ରାଷ୍ଟ୍ରପତି ବାରାକ ଓବାମାଙ୍କ ପ୍ରସ୍ତୁତି ସହ କରାଯାଇଛି। ୨୦୧୧ରେ ମେ ପର୍ଯ୍ୟନ୍ତ ଓବାମାଙ୍କ ନିର୍ବାଚନ ପ୍ରସ୍ତୁତି ଖୁବ ଅଧିକ ରହିଥିଲା। ଡେମୋକ୍ରାଟିକ ପାର୍ଟିରୁ ଓବାମା ଦ୍ୱିତୀୟ ଥର ନିର୍ବାଚିତ ହାଇଥିବା ଏବେ ପର୍ଯ୍ୟନ୍ତର ଶେଷ ରାଷ୍ଟ୍ରପତି ଥିଲେ। ତାଙ୍କପରେ ରାଷ୍ଟ୍ରପତି ଥିବା ଡୋନାଲ୍ଡ ଟ୍ରମ୍ଫ ଦ୍ୱିତୀୟ ଥର ନିର୍ବାଚନରେ ଜିତି ପାରି ନ ଥିଲେ।

ଓ୍ବେବସାଇଟ ଏକ୍ସିୟୋସ.କମ ତା’ର ଏକ ବିଶ୍ଳେଷଣରେ କହିଛି ବାଇଡେନ ତାଙ୍କ ପ୍ରଚାର ଟିମ ନ ପ୍ରସ୍ତୁତ କରି ପୁଣିଥରେ ମଇଦାନକୁ ଓହ୍ଲାଇବାକୁ ଘୋଷଣା କରିଛନ୍ତି। ତାଙ୍କ ନିକଟରେ ଏମିତି ସଙ୍ଗଠନ ନାହିଁ, ଯେ କି ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ଫଙ୍କୁ ସାମ୍ନା କରିପାରିବ। ଟ୍ରମ୍ଫ ପ୍ରାର୍ଥୀ ହେବାର ଘୋଷଣା ୬ ମାସ ପୂର୍ବରୁ କରି ଦେଇଛନ୍ତି। ଓ୍ବେବସାଇଟର ରିପୋର୍ଟ ଅନୁଯାୟୀ, ‘ବାଇଡେନ ୨୦୨୪’କ୍ୟାମ୍ପେନ ଟିମରେ କେବଳ ଦୁଇ ପୂର୍ବକାଳୀନ କର୍ମଚାରୀ ରହିଛନ୍ତି। ସେଥିପାଇଁ ବାଇଡେନଙ୍କ ରାଷ୍ଟ୍ରପତି ନିର୍ବାଚନ ଲଢିବା ଘୋଷଣାକୁ ନେଇ ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri