ମୋଦିଙ୍କ ଲୋକପ୍ରିୟତା ଦେଖି ବାଇଡେନ କହିଲେ ମୋତେ ଦରକାର ଆପଣଙ୍କ ଅଟୋଗ୍ରାଫ

ହିରୋଶିମା,୨୧।୫: ସାରା ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ ପ୍ରିୟତା ଖୁବ ଅଧିକ। ଏମିତିକି ପ୍ରଧାନମନ୍ତ୍ରୀ ମୋଦିଙ୍କ ଲୋକପ୍ରିୟତା ତାଲିକାରେ ବିଶ୍ୱର ବହୁ ନେତା ରହିଛନ୍ତି। ଶନିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କ୍ୱାଡ ବୈଠକ ସମୟରେ ମୋଦିଙ୍କୁ ତାଙ୍କ ଅଟୋଗ୍ରାଫ ମାଗିଛନ୍ତି, ଯାହା ଏବେ ଖୁବ ଚର୍ଚ୍ଚାର ବିଷୟ ପାଲଟିଛି।

ମିଡିଆ ରିପୋର୍ଟ ଅନୁଯାୟୀ, କ୍ୱାଡ ବୈଠକରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏକ ଅଦ୍ଭୁତ ଆହ୍ବାନ ବିଷୟରେ ଉଲ୍ଲେଖ କରିଛନ୍ତି। ବାଇଡେନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଛନ୍ତି ଯେ ଆମେରିକାର ବହୁ ସଂଖ୍ୟକ ଲୋକ ତାଙ୍କୁ ଭେଟିବାକୁ ଚାହୁଁଛନ୍ତି, ଯେଉଁଥିପାଇଁ ତାଙ୍କ ନିକଟକୁ ଅନେକ ଆବେଦନ ଆସୁଛି। ବାଇଡେନ କହିଛନ୍ତି, ‘ମୁଁ ତୁମର କାର୍ଯ୍ୟକ୍ରମ ପାଇଁ ଲୋକଙ୍କଠାରୁ କ୍ରମାଗତ ଭାବରେ ଅନୁରୋଧ ଗ୍ରହଣ କରୁଛି, ଯାହା ମୋ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଛି।

ଏହାସହିତ, ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ ଆନ୍ଥୋନୀ କହିଛନ୍ତି ଯେ ସିଡନୀରେ ୨୦ହଜାର କ୍ଷମତା ବିଶିଷ୍ଟ ଏକ କମ୍ୟୁନିଟି ରିସେପ୍ସନ ଅଛି କିନ୍ତୁ ତଥାପି ଏହା ସମସ୍ତ ଅନୁରୋଧ ପୂରଣ କରିବାରେ ସକ୍ଷମ ନୁହେଁ। ଆନ୍ଥୋନୀ କହିଛନ୍ତି ଯେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପିଏମ ମୋଦିଙ୍କୁ ୯୦ ହଜାରରୁ ଅଧିକ ଲୋକ ସ୍ବାଗତ କରିଛନ୍ତି। ଏହା ଉପରେ ବାଇଡେପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଛନ୍ତି ମୁଁ ତୁମର ଅଟୋଗ୍ରାଫ ନେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri