କରୋନାରେ ମୃତ ୫ ଲକ୍ଷ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବାଇଡେନ୍‌

ୱାଶିଂଟନ,୨୩ ।୨: କରୋନା ମହାମାରୀରେ ପ୍ରାୟ ଗୋଟିଏ ବର୍ଷ ମଧ୍ୟରେ ଆମେରିକାରେ ପାଖାପାଖି ୫ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଏହା ଆମେରିକାବାସୀଙ୍କ ପାଇଁ ସବୁଠାରୁ ବଡ ଦୁଃଖଦ ସମୟ ବୋଲି କହିଛନ୍ତି ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ । ସୋମବାର କରୋନା ସଂକ୍ରମଣରେ ମୃତ ପ୍ରାୟ ୫ ଲକ୍ଷ ଲୋକଙ୍କୁ ବାଇଡେନ୍ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଥମ ବିଶ୍ୱଯୁଦ୍ଧ, ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଯେତିକି ଲୋକଙ୍କ ମୃତ୍ୟୁ ହୋଇ ନ ଥିଲା ତା’ଠାରୁ ଅଧିକ କରୋନା ମହାମାରୀରେ ହୋଇଛି ବୋଲି ବାଇଡେନ୍ କହିଛନ୍ତି । ଏହା ଆମେରିକା ପାଇଁ ସବୁଠାରୁ ବଡ କ୍ଷତି । ପ୍ରିୟଜନଙ୍କୁ ହରାଇବାର ନିଜର ବ୍ୟକ୍ତିଗତ ଯେଉଁମାନଙ୍କ ନିକଟରେ ରହିଛି ତାହା ଅତ୍ୟନ୍ତ ଦୁଃଖଦାୟକ । ତେବେ ଯେଉଁମାନଙ୍କ ଜୀବନ ଯାଇଛି ସେମାନେ ପ୍ରକୃତରେ କୁଆଡେ ଯାଇନାହାନ୍ତି ବରଂ ଆମ ହୃଦୟରେ ଅଛନ୍ତି ବୋଲି ରାଷ୍ଟ୍ରପତି ବାଇଡେନ୍ କହିଛନ୍ତି । ସୂଚନାଯୋଗ୍ୟ, ୧୯୭୨ରେ ଯେତେବେଳେ ବାଇଡେନ୍ ତାଙ୍କ ପତ୍ନୀ ଓ ଝିଅଙ୍କୁ ଏକ କାର୍ ଦୁର୍ଘଟଣାରେ ହରାଇଥିଲେ ଓ ୨୦୧୫ରେ କ୍ୟାନସରରେ ପୀଡ଼ିତ ପୁଅଙ୍କୁ ହରାଇଥିଲେ ସେତେବେଳେର ସେହି ଦୁଃଖ ଆଜିବି ତାଙ୍କ ପାଇଁ ଅଭୁଲା ହୋଇ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri