ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ହଟା ନ ଗଲେ ଆସିବ ମହାଭିଯୋଗ

ଓ୍ବାଶିଂଟନ୍‌,୮।୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ କନ୍ଦଳ ଦେଖାଯାଇଛି। ଆମେରିକାର କ୍ୟାପିଟାଲ ହିଲ ବିଲଡିଂ ବାହାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ହିଂସା ସୃଷ୍ଟି କରିଛନ୍ତି। ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଆମେରିକାର କ୍ୟାପିଟାଲ ବିଲଡିଂ (ଆମେରିକୀୟ ସଂସଦ ଗୃହ) ରେ ଟ୍ରମ୍ପ ସମର୍ଥକଙ୍କ ଗଣ୍ଡଗୋଳକୁ ଦେଶଦ୍ରୋହ ବୋଲି କହିଛନ୍ତି। ହିଂସାତ୍ମକ ଆକ୍ରମଣର ଗୋଟିଏ ଦିନ ପରେ ବାଇଡେନ ଟ୍ରମ୍ପଙ୍କ ସମର୍ଥକଙ୍କୁ ଏକ ଘରୋଇ ଆତଙ୍କବାଦୀ କହି ନିନ୍ଦା କରିଥିଲେ। ଅନ୍ୟପକ୍ଷରେ ଲୋୟର ହାଉସ ଅଫ କଂଗ୍ରେସ (ସଂସଦ) ବାଚସ୍ପତି ନେନସୀ ପେଲୋସି କହିଛନ୍ତି ଯେ, ଯଦି ୨୫ତମ ସଂଶୋଧନ ଅନୁଯାୟୀ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ହଟାଇ ଦିଆଯିବ ନାହିଁ, ତେବେ ଆମେରିକା ସଂସଦ ମହାଭିଯୋଗ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।୍‌ ହ୍ବାଇଟ ହାଉସର ପ୍ରେସ ସଚିବ କାଏଲ ମ୍ୟାକକେନି କହିଛନ୍ତି ଯେ, ମଆମେରିକାର କ୍ୟାପିଟାଲ ବିଲଡିଂରେ ହିଂସା ଆମେରିକା ପାଇଁ ଭୟାନକ, ନିନ୍ଦନୀୟ ଏବଂ ବିରୋଧୀ ଥିଲା। ରାଷ୍ଟ୍ରପତି ଏବଂ ଟ୍ରମ୍ପ ପ୍ରଶାସନ ପକ୍ଷରୁ ଆମେ ଏହାକୁ ଦୃଢ ନିନ୍ଦା କରୁଛୁ। ଏହା ଗ୍ରହଣୀୟ ନୁହେଁ ଏବଂ ଯେଉଁମାନେ ନିୟମ ଭଙ୍ଗ କରିଛନ୍ତି ସେମାନଙ୍କୁ ଆଇନ ଅନୁଯାୟୀ ସମ୍ପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri