ବିଶ୍ୱର ପ୍ରଭାବଶାଳୀ ନେତା ମୋଦିଙ୍କ ସହ କଥା ହେବେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ୱାଶିଂଟନ,୨୫ ।୨: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଶୁକ୍ରବାର କଥା ହେବେ ବୋଲି ସଙ୍କେତ ଦେଇଛନ୍ତି । ଭୋଟିଏ ପଟେ ବିଶ୍ୱର ପ୍ରଭାବଶାଳୀ ନେତା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ୟପଟେ ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ । ଏହି ଆଲୋଚନା ଖୁବ୍ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଅନୁମାନ କରାଯାଉଛି । ଏପଟେ ରୁଷିଆ ବିରୋଧରେ ନାଟୋ ସେନା ପଠାଇବ ନାହିଁ ବୋଲି ସ୍ଥିର ହେବା ପରେ ବାଇଡେନ କହିଛନ୍ତି ମୋଦି ସରକାରଙ୍କ ସହ କଥା ହେବା ପରେ ପରବର୍ତ୍ତି ନିଷ୍ପତ୍ତି ନିଆଯିବ । ତେବେ ଭାରତ ଉପରେ ପ୍ରତିବନ୍ଧକ ଲଗାଇବା କଥା ଆମେରିକା ଚିନ୍ତା କରୁଥିବା ବେଳେ ଏହାର ପରିଣାମ ବିପରିତ ହେବ ବୋଲି କୁହାଯାଉଛି । ଏହାସହ ଭାରତ-ରୁଷିଆ ସମ୍ପର୍କ ବି ଆହୁରି ମଜଭୁତ ହୋଇଯିବ । ସୂଚନାଯୋଗ୍ୟ, ଗୁରୁବାର ବାଇଡେନ କହିଥିଲେ ୟୁକ୍ରେନ ସଙ୍କଟକୁ ନେଇ ସେ ଭାରତ ସହ ବିଚାର ବିମର୍ଷ କରିବେ । ଏହାପୂର୍ବରୁ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ୟୁକ୍ରେନ ସଙ୍କଟକୁ ନେଇ ଆଲୋଚନା କରିଥିଲେ ।
ସୂଚନାଯୋଗ୍ୟ, ୟୁକ୍ରେନ ସଙ୍କଟକୁ ନେଇ ଭାରତ-ଆମେରିକାର ଚିନ୍ତାଧାରା ଏକ ନ ହୋଇଥିବା ବେଳେ ଗୋଟିଏ ପଟେ ରୁଷିଆ ସହ ଭାରତର ପରମ୍ପରାଗତ ସମ୍ପର୍କ ବହୁ ପୁରୁଣା । ଏପଟେ ଗତ ପ୍ରାୟ ଦେଢ ଦଶନ୍ଧି ହେବ ଆମେରିକା ସହ ଭାରତର ରଣନୀତି ଖୁବ୍ ଭଲ ରହିଛି । ତେଣୁ ୟୁକ୍ରେନ ସଙ୍କଟକୁ ନେଇ ଆମେରିକା ଯାହା ନିଷ୍ୱତ୍ତି ନେବାକୁ ଯାଉଛି ଏହା ପୂର୍ବରୁ ସେ ଭାରତର ପରାମର୍ଶ ଲୋଡିବା ଶ୍ର୍ରେୟ ଭାବୁଛି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?