Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୫।୬: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡ ବିଜୟ ହାସଲ କରିଛି। ଲର୍ଡସ ଟେଷ୍ଟର ଚତୁର୍ଥ ଦିନରେ ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ୫ ଉଇକେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ଇନିଂସରେ ଖରାପ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ ଦ୍ୱିତୀୟ ଇନିଂସରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ୨୭୭ ରନ୍‌ର କଷ୍ଟସାଧ୍ୟ ଲକ୍ଷ୍ୟ ହାସଲ କରିଥିଲା। ଦଳ ପାଇଁ ଏହି ଟେଷ୍ଟର ହିରୋ ପୂର୍ବତନ ଅଧିନାୟକ ଜୋ ରୁଟ ଥିଲେ। ଦ୍ୱିତୀୟ ଇନିଂସରେ ରୁଟ ଏକ ଅପରାଜିତ ୧୧୫ ରନ କରିଥିଲେ। ଏହା ହେଉଛି ରୁଟଙ୍କ କ୍ୟାରିୟରର ୨୬ତମ ଶତକ। ରୁଟ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ।
ଟେଷ୍ଟ କ୍ୟାରିୟରର ୨୬ତମ ଶତକ ହାସଲ କରିବା ସହିତ ଜୋ ରୁଟ ୧୦ ହଜାର ରନ ପୂରଣ କରିଥିଲେ। ଇଂଲଣ୍ଡର ପୂର୍ବତନ ଅଧିନାୟକ ଆଲାଷ୍ଟାୟର କୁକଙ୍କ ପରେ ସେ ଦ୍ୱିତୀୟ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଭାବେ ଟେଷ୍ଟରେ ୧୦,୦୦୦ ରନ ସ୍କୋର କରିଛନ୍ତି। ଜୋ ରୁଟ, ମାତ୍ର ୩୧ ବର୍ଷ ୧୫୭ ଦିନରେ ଏହି କୃତିତ୍ୱ ହାସଲ କରିଛନ୍ତି। ସେ ପ୍ରଥମ ଖେଳାଳି ଭାବେ ୯୦ ଦଶକରେ ଜନ୍ମ ହୋଇ ଟେଷ୍ଟ କ୍ରିକେଟରେ ୧୦,୦୦୦ ରନ ପୂରଣ କରିଛନ୍ତି। ବିଶେଷ କଥାଟି ହେଉଛି ଯେ, ଇଂଲଣ୍ଡ ପାଇଁ ପ୍ରଥମ ଦଶ ହଜାର ଟେଷ୍ଟ ରନ ସ୍କୋର କରିବାରେ ହୋଇଥିବା ଆଲିଷ୍ଟାୟର କୁକ ମଧ୍ୟ ୩୧ ବର୍ଷ ୧୫୭ ଦିନରେ ତାଙ୍କ ନାମରେ ଏହି ରେକର୍ଡ ସୃଷ୍ଟି କରିଥିଲେ।
ଟେଷ୍ଟ କ୍ରିକେଟରେ ୧୦ ହଜାର ରନ ପୂରଣ କରିବାରେ ରୁଟ ହେଉଛନ୍ତି ବିଶ୍ୱର ୧୪ତମ ବ୍ୟାଟ୍ସମ୍ୟାନ। ଭାରତର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଟେଷ୍ଟରେ ୧୫ ହଜାରରୁ ଅଧିକ ରନ୍‌ କରି ତାଲିକାର ସର୍ବାଗ୍ରେ ଅଛନ୍ତି। ସଚିନ ୧୦୦ଟି ଟେଷ୍ଟରେ ୧୫୯୨୧ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri