Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୫।୬: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡ ବିଜୟ ହାସଲ କରିଛି। ଲର୍ଡସ ଟେଷ୍ଟର ଚତୁର୍ଥ ଦିନରେ ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ୫ ଉଇକେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ଇନିଂସରେ ଖରାପ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ ଦ୍ୱିତୀୟ ଇନିଂସରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ୨୭୭ ରନ୍‌ର କଷ୍ଟସାଧ୍ୟ ଲକ୍ଷ୍ୟ ହାସଲ କରିଥିଲା। ଦଳ ପାଇଁ ଏହି ଟେଷ୍ଟର ହିରୋ ପୂର୍ବତନ ଅଧିନାୟକ ଜୋ ରୁଟ ଥିଲେ। ଦ୍ୱିତୀୟ ଇନିଂସରେ ରୁଟ ଏକ ଅପରାଜିତ ୧୧୫ ରନ କରିଥିଲେ। ଏହା ହେଉଛି ରୁଟଙ୍କ କ୍ୟାରିୟରର ୨୬ତମ ଶତକ। ରୁଟ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ।
ଟେଷ୍ଟ କ୍ୟାରିୟରର ୨୬ତମ ଶତକ ହାସଲ କରିବା ସହିତ ଜୋ ରୁଟ ୧୦ ହଜାର ରନ ପୂରଣ କରିଥିଲେ। ଇଂଲଣ୍ଡର ପୂର୍ବତନ ଅଧିନାୟକ ଆଲାଷ୍ଟାୟର କୁକଙ୍କ ପରେ ସେ ଦ୍ୱିତୀୟ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଭାବେ ଟେଷ୍ଟରେ ୧୦,୦୦୦ ରନ ସ୍କୋର କରିଛନ୍ତି। ଜୋ ରୁଟ, ମାତ୍ର ୩୧ ବର୍ଷ ୧୫୭ ଦିନରେ ଏହି କୃତିତ୍ୱ ହାସଲ କରିଛନ୍ତି। ସେ ପ୍ରଥମ ଖେଳାଳି ଭାବେ ୯୦ ଦଶକରେ ଜନ୍ମ ହୋଇ ଟେଷ୍ଟ କ୍ରିକେଟରେ ୧୦,୦୦୦ ରନ ପୂରଣ କରିଛନ୍ତି। ବିଶେଷ କଥାଟି ହେଉଛି ଯେ, ଇଂଲଣ୍ଡ ପାଇଁ ପ୍ରଥମ ଦଶ ହଜାର ଟେଷ୍ଟ ରନ ସ୍କୋର କରିବାରେ ହୋଇଥିବା ଆଲିଷ୍ଟାୟର କୁକ ମଧ୍ୟ ୩୧ ବର୍ଷ ୧୫୭ ଦିନରେ ତାଙ୍କ ନାମରେ ଏହି ରେକର୍ଡ ସୃଷ୍ଟି କରିଥିଲେ।
ଟେଷ୍ଟ କ୍ରିକେଟରେ ୧୦ ହଜାର ରନ ପୂରଣ କରିବାରେ ରୁଟ ହେଉଛନ୍ତି ବିଶ୍ୱର ୧୪ତମ ବ୍ୟାଟ୍ସମ୍ୟାନ। ଭାରତର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଟେଷ୍ଟରେ ୧୫ ହଜାରରୁ ଅଧିକ ରନ୍‌ କରି ତାଲିକାର ସର୍ବାଗ୍ରେ ଅଛନ୍ତି। ସଚିନ ୧୦୦ଟି ଟେଷ୍ଟରେ ୧୫୯୨୧ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?