Posted inଖେଳ

ଦ୍ୱିତୀୟ ସନ୍ତାନର ବାପା ହେଲେ ରୁଟ୍‌

ଲଣ୍ଡନ, ୮।୭- ଇଂଲଣ୍ଡ କ୍ରିକେଟ୍‌ ଦଳର ନିୟମିତ ଅଧିନାୟକ ଜୋ ରୁଟ୍‌ ଦ୍ୱିତୀୟ ଥର ଲାଗି ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ କାରି କୋଟ୍ରେଲ ଏକ ପୁତ୍ର ସନ୍ତାନ ପ୍ରସବ କରିଛନ୍ତି। ପୂର୍ବରୁ ରୁଟ୍‌ ୨୦୧୭ରେ ପ୍ରଥମ ଥର ଲାଗି ପିତୃତ୍ୱ ଲାଭ କରିଥିଲେ। ତାଙ୍କର ଆଲଫ୍ରଡ୍‌ ଓ୍ବିଲିୟମ ରୁଟ୍‌ ନାମକ ୩ ବର୍ଷର ପୁତ୍ର ସନ୍ତାନ ରହିଛି। ନବଜାତ ସନ୍ତାନକୁ କୋଳରେ ଧରି ପ୍ରଥମ ପୁଅ ଆଲ୍‌ଫ୍ରଡ୍‌ ସହ ଉଠାଇଥିବା ଏକ ଫଟୋକୁ ରୁଟ୍‌ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି ଫଟୋ ତଳେ କ୍ୟାପସନ ଲେଖି ରୁଟ୍‌ ଉଲ୍ଳେଖ କରିଛନ୍ତି, ’ଇଂଲଣ୍ଡ ଟିମ୍‌ ଆମେ ତୁମକୁ ସବୁକ୍ଷେତ୍ରରେ ଦେଖୁଛୁ ଏବଂ ସମର୍ଥନ କରୁଛୁ।’ ଏଠାରେ ଉଲ୍ଲେଖଯୋଗ୍ୟ, ବୁଧବାରଠାରୁ ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବହୁପ୍ରତୀକ୍ଷିତ ଟେଷ୍ଟ ସିରିଜ ଆରମ୍ଭ ହୋଇଛି। କରୋନା ଲାଗି ଅନ୍ତର୍ଜାତୀୟ କ୍ରିକେଟ ସମ୍ପୂର୍ଣ୍ଣ ଭାବେ ୪ ମାସ ପାଖାପାଖି ବନ୍ଦ ହୋଇ ରହିଥିଲା। ତେଣୁ ଏହି ସିରିଜ ଉପରେ ଏବେ ପୁରା ବିଶ୍ୱର ନଜର। କିନ୍ତୁ ରୁଟ୍‌ ବର୍ତ୍ତମାନ ଆଇସୋଲେଶନରେ ରହିଥିବାରୁ ତାଙ୍କ ଅନୁପସ୍ଥିତିରେ ବେନ୍‌ ଷ୍ଟୋକ୍ସ ଘରୋଇ ଇଂଲଣ୍ଡ ଦଳର ନେତୃତ୍ୱ ନେଉଛନ୍ତି। ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ରୁଟ୍‌ ଦଳ ସହ ଯୋଗ ଦେଇସାରିଥିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri