Posted inଖେଳ

ଲଗାତାର ୪ ମ୍ୟାଚ୍‌ରେ ହାରିବା ପରେ ବିରାଟଙ୍କୁ କରାଯାଉଛି କଟାକ୍ଷ, ସମର୍ଥନରେ ବାହାରିଲେ ରୁଟ୍‌

ଚେନ୍ନାଇ,୧୨।୨: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ପରାଜୟ ପରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ସମାଲୋଚନା କରାଯାଉଛି। ଅଷ୍ଟ୍ରେଲିଆ ବିପକ୍ଷରେ ଆଡିଲେଡ୍‌ରେ ଖେଳାଯାଇଥିବା ମ୍ୟାଚ୍‌ ପରେ କୋହଲି ଛୁଟିରେ ରହିଥିଲେ। ଏବେ ପୁଣି ଥରେ ସେ ଦଳରେ ଯୋଗ ଦେଇଥିବା ବେଳେ ଚେନ୍ନାଇ ଟେଷ୍ଟରେ ଦଳର ପ୍ରଦର୍ଶନ ସେତେଟା ଭଲ ନ ଥିଲା। ଅଧିନାୟକ ଭାବେ ଏହା ଲଗାତାର ଚତୁର୍ଥ ପରାଜୟକୁ ନେଇ ତାଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ହେଲେ ବିରୋଧୀ ଅଧିନାୟକ ଜୋ ରୁଟ୍‌ ତାଙ୍କୁ ସମର୍ଥନ କରିଛନ୍ତି।

ରୁଟ୍‌ କହିଛନ୍ତି, ଟସ୍‌ ଯିଏ ବି ଜିତୁ, ବିରାଟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ବଲରୁ ହିଁ ପୁଣି ଥରେ କମ୍‌ବ୍ୟାକ୍‌ କରିବେ। ସେ ଜଣେ ଗୌରବଶାଳୀ ଖେଳାଳି। ଅଧିନାୟକ ଏବଂ ବ୍ୟାଟ୍ସମ୍ୟାନ୍‌ ଭାବେ ସେ ଅବିଶ୍ୱସନୀୟ ରେକର୍ଡର ଅଧିକାରୀ। ସେ ସିରିଜ୍‌ରେ ଶୀଘ୍ର ନଚେତ ପରେ ଆଗକୁ ବଢ଼ିବାକୁ ଚାହିଁବେ ବୋଲି ରୁଟ୍‌ କହିଛନ୍ତି।

ଏହାଛଡ଼ା ଦଳର ପ୍ରସ୍ତୁତିକୁ ନେଇ ସେ କହିଛନ୍ତି, ଆମେ ଯେଉଁଭଳି ଖେଳିବାକୁ ଚାହୁଁଛୁ, ସେଭଳି ଖେଳିବୁ। କିଛି ଦିନରୁ ଆମେ ବହୁତ ସଫଳତା ହାସଲ କରିଛୁ। ଏହା ଟିମ୍‌ ପାଇଁ ବହୁତ ଭଲ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri