Posted inଖେଳ

ସଚିନ, ପଣ୍ଟିଂଙ୍କୁ ପଛରେ ପକାଇଲେ ରୁଟ

ଆଡିଲେଡ୍‌,୧୯।୧୨: ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ସୁନିଲ ଗାଭାସ୍କରଙ୍କ ଭଳି କିମ୍ବଦନ୍ତୀଙ୍କୁ ପଛରେ ପକାଇଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଗୋଟିଏ ବର୍ଷରେ ଟେଷ୍ଟ ଫର୍ମାଟରେ ୧,୬୦୦ରୁ ଅଧିକ ରନ୍‌ କରିବାରେ ସେ ବିଶ୍ୱର ଚତୁର୍ଥ କ୍ରିକେଟର। ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ଆଶେସ ସିରିଜ୍‌ର ଦ୍ୱିତୀୟ ତଥା ଦିବାରାତ୍ର ଟେଷ୍ଟର ଉଭୟ ଇନିଂସରେ ରୁଟ୍‌ ୮୬ ରନ୍‌ କରିଛନ୍ତି। ଏହାକୁ ମିଶାଇ ଚଳିତ ବର୍ଷ ଟେଷ୍ଟ ଫର୍ମାଟରେ ସେ ସଂଗ୍ରହ କରିଛନ୍ତି ୧,୬୩୦ ରନ୍‌।

ବ୍ରିସବେନ ଟେଷ୍ଟରେ ଶତକ ହାତଛଡ଼ା କରିଥିବା ରୁଟ୍‌ ୨୦୨୧ରେ ୧୪ ଟେଷ୍ଟରେ ୬୪.୨୪ ହାରରେ ୧୬୩୦ ରନ୍‌ କରିଛନ୍ତି। ଏଥିରେ ରହିଛି ୬ ଶତକ। ତାଙ୍କ ପୂର୍ବରୁ କେବଳ ପାକିସ୍ତାନର ମହମ୍ମଦ ୟୁସୁଫ (୨୦୦୬ରେ ୧,୭୮୮ ରନ୍‌), ଓ୍ବେଷ୍ଟଇଣ୍ଡିଜର ଭିଭିଆନ ରିଚାଡ୍ସ ( ୧୯୭୬ରେ ୧,୭୧୦) ଓ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଗ୍ରେମ ସ୍ମିଥ (୨୦୦୮ରେ ୧,୬୫୬ ) ଗୋଟିଏ ବର୍ଷରେ ଟେଷ୍ଟ ଫର୍ମାଟରେ ୧୬୦୦ରୁ ଅଧିକ ରନ୍‌ କରିଥିଲେ। ୧୩ ବର୍ଷର ବ୍ୟବଧାନ ପରେ ଏହି ସ୍ବତନ୍ତ୍ର ତାଲିକାରେ ଚତୁର୍ଥ ବ୍ୟାଟର ଭାବେ ସ୍ଥାନ ପାଇଛନ୍ତି ରୁଟ୍‌। ଅନ୍ତିମ ଥର ୨୦୦୮ରେ ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଗ୍ରେମ ସ୍ମଥ ୧୬୦୦ରୁ ଅଧିକ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?