Posted inଖେଳ

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା ମିଳିବାକୁ ଯାଉଛି।

ରିପୋର୍ଟ ଅନୁଯାୟୀ, ବେନ୍ ଷ୍ଟୋକ୍ସଙ୍କ ପରେ ହ୍ୟାରି ବ୍ରୁକଙ୍କୁ ଏହି ଦାୟିତ୍ୱ ଦିଆଯାଉ ନାହିଁ। ବ୍ରୁକ୍ ବର୍ତ୍ତମାନ ଦିନିକିଆ ଏବଂ ଟି-୨୦ ଦଳର ଅଧିନାୟକ ଥିବାରୁ ଇଂଲଣ୍ଡ ଏବଂ ଓ୍ୱେଲ୍ସ କ୍ରିକେଟ୍ ବୋର୍ଡ (ECB) ତାଙ୍କୁ ତିନୋଟି ଯାକ ଫର୍ମାଟର ବୋଝ ଦେବାକୁ ଚାହୁଁନାହିଁ।

ନିକଟରେ ହ୍ୟାରି ବ୍ରୁକ୍ ଏକ ବୟାନ ଦେଇଥିଲେ ଯେ, ସୁଯୋଗ ମିଳିଲେ ସେ ଟେଷ୍ଟ କ୍ୟାପଟେନ୍ ହେବାକୁ ପ୍ରସ୍ତୁତ, କିନ୍ତୁ ଚୟନକର୍ତ୍ତାମାନେ ପୁଣି ଥରେ ଜୋ ରୁଟ୍‌ଙ୍କୁ ଅଧିନାୟକ ଭାବେ ଦାୟିତ୍ୱ ଦେବାକୁ ଚାହୁଁଛନ୍ତି।

ସୂଚନାଯୋଗ୍ୟ ଯେ, ଜୋ ରୁଟ୍ ପ୍ରଥମେ ୨୦୧୭ ମସିହାରେ ଆଲିଷ୍ଟର କୁକ୍‌ଙ୍କ ସ୍ଥାନ ନେଇ ଇଂଲଣ୍ଡର ୮୦ତମ ଟେଷ୍ଟ କ୍ୟାପଟେନ୍ ହୋଇଥିଲେ। ପରେ ୨୦୨୨ ମସିହାରେ ସେ ଅଧିନାୟକ ପଦରୁ ଓହରି ଯାଇଥିଲେ। ସେ ଇଂଲଣ୍ଡ ପାଇଁ ୬୫ଟି ଟେଷ୍ଟ ମ୍ୟାଚ୍‌ରେ କ୍ୟାପଟେନ୍ସି କରିଛନ୍ତି, ଯେଉଁଥିରୁ ୨୭ଟିରେ ଜିତିଥିବା ବେଳେ ୨୭ଟିରେ ପରାଜୟର ସମ୍ମୁଖୀନ ହୋଇଛନ୍ତି। ସେ ଇଂଲଣ୍ଡ ପାଇଁ ସବୁଠାରୁ ଅଧିକ ଟେଷ୍ଟ ମ୍ୟାଚ୍ ଜିତିଥିବା ଅଧିନାୟକ ଅଟନ୍ତି। ଅଧିନାୟକ ଭାବେ ସେ ଟେଷ୍ଟରେ ୪୬.୭୧ ହାରରେ ୫୪୧୮ ରନ୍ କରିଛନ୍ତି, ଯେଉଁଥିରେ ୧୫ଟି ଶତକ ମଧ୍ୟ ସାମିଲ ଅଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri