Posted inଖେଳ

ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌ ହେଲେ ରୁଟ୍‌

ଦୁବାଇ,୧୫।୬: ଆଇସିସି ଦ୍ୱାରା ପ୍ରକାଶିତ ର଼୍ୟାଙ୍କିଙ୍ଗରେ ଇଂଲଣ୍ଡର ଜୋ ରୁଟ ଟେଷ୍ଟରେ ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୭୬ର ଏକ ପାଳି ଖେଳିଥିଲେ। ଗତ ବର୍ଷ ଡିସେମ୍ବରରୁ ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ୍‌ ନମ୍ବର -୧ରେ ରହିଥିଲେ। ଏବେ ସେ ଦୁଇ ନମ୍ବରରେ ପହଞ୍ଚିଛନ୍ତି। ୩୧ ବର୍ଷୀୟ ଜୋ ରୁଟ୍‌ ମୋଟ ୮୯୭ ପଏଣ୍ଟ ପାଇଛନ୍ତି। ମାର୍ନସଙ୍କର ୮୯୨ ପଏଣ୍ଟ ଅଛି। ଟପ-୧୦ ବିଷୟରେ କହିବାକୁ ଗଲେ, ଅନ୍ୟ କାହାର କିଛି ପରିବର୍ତ୍ତନ ହୋଇନାହିଁ। ୮୪୫ ପଏଣ୍ଟ ସହ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ତୃତୀୟ, ପାକିସ୍ତାନର ଅଧିନାୟକ ବାବର ଆଜମ ୮୧୫ ପଏଣ୍ଟ ସହ ଚତୁର୍ଥ ଏବଂ ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ୭୯୮ ପଏଣ୍ଟ ସହ ପଞ୍ଚମ ସ୍ଥାନରେ ଅଛନ୍ତି।
ଶ୍ରୀଲଙ୍କାର ଟେଷ୍ଟ ଅଧିନାୟକ ଡିମୁଥ କରୁଣାତ୍ନେ ୭୭୨ ପଏଣ୍ଟ ସହ ଷଷ୍ଠ ସ୍ଥାନରେ ଅଛନ୍ତି, ଅଷ୍ଟ୍ରେଲିଆର ଉସମାନ ଖ୍ବାଜା ୭୫୭ ପଏଣ୍ଟ ସହ ୭ ତମ ସ୍ଥାନରେ ଅଛନ୍ତି, ଭାରତୀୟ ଅଧିନାୟକ ରୋହିତ ଶର୍ମା ୭୫୪ ପଏଣ୍ଟ ସହ ଅଷ୍ଟମ ସ୍ଥାନରେ ଅଛନ୍ତି, ଅଷ୍ଟ୍ରେଲିଆର ଟ୍ରାଭିସ ହେଡ ୭୪୪ ପଏଣ୍ଟ ସହ ୯ମ ସ୍ଥାନରେ ଅଛନ୍ତି ଏବଂ ବିରାଟ କୋହଲି ୭୪୨ ପଏଣ୍ଟ ସହ ୧୦ତମ ସ୍ଥାନରେ ଅଛନ୍ତି।
ସେହିପରି ବୋଲିରେ ୯୦୧ ପଏଣ୍ଟ ସହ ଅଷ୍ଟ୍ରେଲିଆର ଦ୍ରୁତ ବୋଲର ପ୍ୟାଟ କମିନ୍ସ ପ୍ରଥମ ଏବଂ ୮୫୦ ପଏଣ୍ଟ ସହ ଆର ଅଶ୍ୱିନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ୮୩୦ ପଏଣ୍ଟ ଅଛି। ଚତୁର୍ଥ ସ୍ଥାନରେ ପାକିସ୍ତାନର ଶାହିନ ଆଫ୍ରିଦି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri