Posted inଖେଳ

ଭାରତକୁ ଶୋଚନୀୟ ଭାବେ ପରାସ୍ତ କରିବା ପରେ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ନୂଆଦିଲ୍ଲୀ,୯।୨: ଲଗାତାର ତିନୋଟି ଟେଷ୍ଟ ଜିତିବାର ସଫଳତା ହାସଲ କରିଛି ଇଂଲଣ୍ଡ ଟିମ୍‌। ପ୍ରଥମେ ଶ୍ରୀଲଙ୍କାକୁ ଦୁଇଟି ଟେଷ୍ଟରେ ପରାଜିତ କରିବା ପରେ ଭାରତ ବିପକ୍ଷରେ ଖେଳୁଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ୨୨୭ରନ୍‌ର ବିଶାଳ ବିଜୟ ହାସଲ କରିଛି ଇଂଲଣ୍ଡ ଦଳ। ଏହି ତିନୋଟି ଯାକ ମୁକାବିଲାରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବାହା ବାଃ ସାଉଁଟିଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ସେ ଚେନ୍ନାଇ ଟେଷ୍ଟରେ ଦଳର ବିଜୟ ନେଇ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି।

ରୁଟ୍‌ କହିଛନ୍ତି, ତାଙ୍କ ଦଳ ନୂତନ ମାନଦଣ୍ଡ ନିର୍ଦ୍ଧାରିତ କରିଛି। ଶ୍ରୀଲଙ୍କାରେ ସ୍ପିନ୍‌ ଉପଯୋଗୀ ଓ୍ବିକେଟ୍‌ରେ ଖେଳିବା ତାଙ୍କ ପାଇଁ ଭାରତ ବିପକ୍ଷ ପ୍ରସ୍ତୁତିରେ ସହାୟକ ହୋଇଛି। ଏଣୁ ଦଳର ପ୍ରଦର୍ଶନ ପାଇଁ ସେ ଗର୍ବିତ। ନୂତନ ଉପଲବ୍ଧି ହାସଲ କରିଥିଲେ ହେଁ ଅନେକ କିଛି ଦିଗରେ ଭଲ ପ୍ରଦର୍ଶନ କରିବାକୁ ହେବ। ଏହି ଟେଷ୍ଟଠାରୁ ଭଲ ପ୍ରଦର୍ଶନ ଦଳ କରିପାରିବ। ତାଙ୍କ ଟିମ୍‌ରେ ମହାନ ଖେଳାଳି ଅଛନ୍ତି। ଆଗାମୀ ମ୍ୟାଚ୍‌ରେ ଦଳ ଏହାର ପୁନରାବୃତ୍ତି କରିପାରିବ। ଏହାଠାରୁ ଭଲ ଖେଳି ପାରିବ। ତେବେ ଏହା ଏକ ଆହ୍ବାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri