Posted inଖେଳ

ଭାରତକୁ ଶୋଚନୀୟ ଭାବେ ପରାସ୍ତ କରିବା ପରେ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ନୂଆଦିଲ୍ଲୀ,୯।୨: ଲଗାତାର ତିନୋଟି ଟେଷ୍ଟ ଜିତିବାର ସଫଳତା ହାସଲ କରିଛି ଇଂଲଣ୍ଡ ଟିମ୍‌। ପ୍ରଥମେ ଶ୍ରୀଲଙ୍କାକୁ ଦୁଇଟି ଟେଷ୍ଟରେ ପରାଜିତ କରିବା ପରେ ଭାରତ ବିପକ୍ଷରେ ଖେଳୁଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ୨୨୭ରନ୍‌ର ବିଶାଳ ବିଜୟ ହାସଲ କରିଛି ଇଂଲଣ୍ଡ ଦଳ। ଏହି ତିନୋଟି ଯାକ ମୁକାବିଲାରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବାହା ବାଃ ସାଉଁଟିଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ସେ ଚେନ୍ନାଇ ଟେଷ୍ଟରେ ଦଳର ବିଜୟ ନେଇ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି।

ରୁଟ୍‌ କହିଛନ୍ତି, ତାଙ୍କ ଦଳ ନୂତନ ମାନଦଣ୍ଡ ନିର୍ଦ୍ଧାରିତ କରିଛି। ଶ୍ରୀଲଙ୍କାରେ ସ୍ପିନ୍‌ ଉପଯୋଗୀ ଓ୍ବିକେଟ୍‌ରେ ଖେଳିବା ତାଙ୍କ ପାଇଁ ଭାରତ ବିପକ୍ଷ ପ୍ରସ୍ତୁତିରେ ସହାୟକ ହୋଇଛି। ଏଣୁ ଦଳର ପ୍ରଦର୍ଶନ ପାଇଁ ସେ ଗର୍ବିତ। ନୂତନ ଉପଲବ୍ଧି ହାସଲ କରିଥିଲେ ହେଁ ଅନେକ କିଛି ଦିଗରେ ଭଲ ପ୍ରଦର୍ଶନ କରିବାକୁ ହେବ। ଏହି ଟେଷ୍ଟଠାରୁ ଭଲ ପ୍ରଦର୍ଶନ ଦଳ କରିପାରିବ। ତାଙ୍କ ଟିମ୍‌ରେ ମହାନ ଖେଳାଳି ଅଛନ୍ତି। ଆଗାମୀ ମ୍ୟାଚ୍‌ରେ ଦଳ ଏହାର ପୁନରାବୃତ୍ତି କରିପାରିବ। ଏହାଠାରୁ ଭଲ ଖେଳି ପାରିବ। ତେବେ ଏହା ଏକ ଆହ୍ବାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri