Posted inଖେଳ

ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ଇଂଲଣ୍ଡ ଅଧିନାୟକ ପୂରଣ କରିବେ ନିଜର ଏହି ‘ସ୍ବତନ୍ତ୍ର ଶତକ’

ନୂଆଦିଲ୍ଲୀ,୨୭।୧: ଭାରତ-ଇଂଲଣ୍ଡ ମଧ୍ୟରେ ଫେବୃୟାରୀ ୫ରୁ ଆରମ୍ଭ ହେବ ଟେଷ୍ଟ ସିରିଜ। ଚେନ୍ନାଇରେ ଏହାର ପ୍ରଥମ ମୁକାବିଲା ଖେଳାଯିବ। ଅଷ୍ଟ୍ରେଲିଆ ବିପକ୍ଷ ସିିରିଜ୍‌ରେ ଦମ୍‌ଦାର ବିଜୟ ପରେ ଏବେ କ୍ରିକେଟ ପ୍ରଶଂସକଙ୍କ ନଜର ଏହି ମ୍ୟାଚ୍‌ ଉପରେ ରହିଛି। ଏହାଛଡ଼ା କରୋନା କଟକଣା ପରେ ସ୍ବଦେଶରେ ଅନ୍ତଃରାଷ୍ଟ୍ରୀୟ ମ୍ୟାଚ୍‌ ଖେଳାଯାଉଥିବାରୁ ଏହା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି।

କନ୍ୟା ସନ୍ତାନର ପିତା ହୋଇଥିବା ବିରାଟ କୋହଲି ଭାରତୀୟ ଦଳର ନେତୃତ୍ୱ ନେଉଥିବା ବେଳେ ଜୋ ରୁଟ୍‌ଙ୍କ ଅଧିନାୟକତ୍ୱରେ ପ୍ରଥମ ଥର ପାଇଁ ଇଂଲଣ୍ଡ ଟିମ୍‌ ଭାରତ ପହଞ୍ଚିଛି। ଭଲ ଫର୍ମରେ ଥିବାରୁ ଜୋ ରୁଟ୍‌ଙ୍କ ପାଇଁ ଏହି ଗସ୍ତ ସ୍ମରଣୀୟ ହେବ ବୋଲି କୁହାଯାଉଛି।

ରୁଟ୍‌ ଖେଳିବାକୁ ଥିବା ଚେନ୍ନାଇ ଟେଷ୍ଟ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ହେବାକୁ ଯାଉଛି। ଇଂଲଣ୍ଡ ପାଇଁ ଏହି ଉପଲବ୍ଧି ହାସଲ କରିବାରେ ସେ ୧୫ତମ ଖେଳାଳି ପାଲଟିବେ।

ନିକଟରେ ଇଂଲଣ୍ଡ-ଶ୍ରୀଲଙ୍କା ଟେଷ୍ଟ ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ଜୋ ରୁଟ୍‌। ସିରିଜରେ ଖେଳାଯାଇଥିବା ଦୁଇ ଟେଷ୍ଟ ମ୍ୟାଚ୍‌ର ୪ ପାଳିରେ ୪୨୬ ରନ୍‌ କରିଥିଲେ। ପ୍ରଥମ ଟେଷ୍ଟର ପ୍ରଥମ ପାଳିରେ ସର୍ବାଧିକ ସ୍କୋର ୨୨୮ ରନ୍‌ କରିଥିଲେ ସେ। ଦ୍ୱିତୀୟ ଟେଷ୍ଟରେ ସେ ଦ୍ୱିଶତକ କରିବାରୁ ୧୪ ରନ୍‌ ଦୂରରେ ରହି ନିରାଶ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri