Posted inଖେଳ

କ୍ରିକେଟ୍‌କୁ ଅଲବିଦା କହିଲେ ଭାରତକୁ ବିଶ୍ୱକପ୍‌ ଜିତାଇଥିବା ବୋଲର୍‌

ନୂଆଦିଲ୍ଲୀ,୩।୨: ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଜିତାଇଥିବା ଦ୍ରୁତ ବୋଲର ଯୋଗୀନ୍ଦର ଶର୍ମା ସମସ୍ତ ପ୍ରକାର କ୍ରିକେଟ୍‌ରୁ ଅବସର ନେଇଛନ୍ତି। ସେ ଶୁକ୍ରବାର ଟୁଇଟ୍‌ ଯୋଗେ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩୯ ବର୍ଷିୟ ଯୋଗୀନ୍ଦର ଦୀର୍ଘ ଦିନ ଧରି ଅନ୍ତର୍ଜାତୀୟ କ୍ରିକେଟଠାରୁ ଦୂରରେ ଥିଲେ। ସେ ୨୦୦୭ରେ ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ।
୨୦୦୭ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ବରୁ ଯୋଗୀନ୍ଦର ଶର୍ମାଙ୍କୁ କେହି ଜାଣି ନ ଥିଲେ। ବିଶ୍ୱକପ୍‌ର ଫାଇନାଲ୍‌ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିଲା। ପାକିସ୍ତାନ ଇନିଂସର ୨୦ତମ ଓଭର ଟାଇଟଲ୍‌ ବିଜୟ ପାଇଁ ଗୁରୁତ୍ୱୂପର୍ଣ୍ଣ ଥିଲା। ଅଧିନାୟକ ଏମଏସ ଧୋନୀ ଯୁବ ଦ୍ରୁତ ବୋଲର ଯୋଗୀନ୍ଦର ଶର୍ମାଙ୍କ ହାତରେ ବଲ୍‌ ଦେଇଥିଲେ ଏବଂ ଧୋନୀଙ୍କ ଏହି ନିଷ୍ପତ୍ତିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଯୋଗୀନ୍ଦର ଦଳକୁ ନିରାଶ କରି ନ ଥିଲେ। ସେ ମିସବା-ଉଲ-ହକଙ୍କ ବଡ ଉଇକେଟ ନେଇ ଭାରତୀୟ ଦଳକୁ ସ୍ମରଣୀୟ ବିଜୟ ପ୍ରଦାନ କରିଥିଲେ। ଏହି ଘଟଣାକୁ ସମସ୍ତ ଭାରତୀୟ ପ୍ରଶଂସକ ମନେ ରଖିଛନ୍ତି। ଏବେ ଯୋଗୀନ୍ଦର ହରିୟାଣା ପୋଲିସରେ ଡିଏସପି ଭାବରେ କାର୍ଯ୍ୟ କରୁଛନ୍ତି।
୩୯ ବର୍ଷିୟ ଯୋଗୀନ୍ଦର ମାତ୍ର ୪ଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳିଥିଲେ। ପାକିସ୍ତାନ ବିପକ୍ଷ ଅନ୍ତିମ ମ୍ୟାଚ ପରେ ସେ ଟିମ ଇଣ୍ଡିଆ ପାଇଁ କୌଣସି ମ୍ୟାଚ ଖେଳି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri