ଜନ୍ ଅବ୍ରାହମ୍ ଆହତ

ମୁମ୍ବାଇ: ଅଭିନେତା ଜନ୍ ଅବ୍ରାହମ୍ ଏବେ ବାରାଣସୀରେ ଫିଲ୍ମ ‘ସତ୍ୟମେବ ଜୟତେ ୨’ ର ଶୁଟିଂରେ ବ୍ୟସ୍ତ ଅଛନ୍ତି । ଏହି ଆକ୍ସନ୍ ଫିଲ୍ମର ଶୁଟିଂ ପାଇଁ ସେ ଖୁବ୍ ପରିଶ୍ରମ କରୁଥିବା ଜଣାପଡିଛି । ତେବେ ମୁଭିର ଷ୍ଟଣ୍ଟ କରୁଥିବା ସମୟରେ ସେ ଆହତ ହୋଇଥିବା ଜଣାପଡିଛି । ତାଙ୍କର ଡାହାଣ ହାତରେ ଆଘାତ ଲାଗିଛି । ଏହାପରେ ସେ କଷ୍ଟ ଅନୁଭବ କରିବାରୁ ବାରାଣସୀର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଇଥିବା ଜଣାପଡିଛି । ଶେୟାର କରାଯାଇଥିବା ଫଟୋରେ ଦେଖାଯାଇଛି କି ତାଙ୍କର ଏକ୍ସରେ ଫଟୋ ଡାକ୍ତର ଚେକ୍ କରୁଥିବା ସମୟରେ ସେ ପାଖରେ ଠିଆ ହୋଇଛନ୍ତି । ସୂଚନା ଅନୁଯାୟୀ, ଆଘାତ ସେଭଳି ଅଧିକ ନ ଥିବାରୁ ଡାକ୍ତର ତାଙ୍କୁ ଫାଷ୍ଟଏଡ୍ ଦେଇ ଛାଡି ଦେଇଛନ୍ତି । ତେବେ ଜନ୍‌ଙ୍କ ହସ୍ପିଟାଲ ଯିବା ଦେଖି ତାଙ୍କ ପ୍ରଶଂସକମାନେ ହସ୍ପିଟାଲ ବାହାରେ ରୁଣ୍ଡ ହୋଇ ଯାଇଥିଲେ । ଅବଶ୍ୟ କିଛି ସମୟ ପରେ ସମସ୍ତେ ଆଶ୍ୱସ୍ତ ଅନୁଭବ କରିଥିଲେ । ୨୦୧୮ରେ ଜନଙ୍କ ଅଭିନୀତ ଫିଲ୍ମ ‘ସତ୍ୟମେବ ଜୟତେ’ର ଏହା ହେଉଛି ସିକୁଏଲ । ଏଥିରେ ସେ ପୋଲିସ ଭୁମିକାରେ ନଜର ଆସିବେ । ଏହା ଜନଙ୍କ ଦ୍ୱିତୀୟ ଫିଲ୍ମ ଯେଉଁଥିରେ ସେ ଆବଶ୍ୟକତାଠାରୁ ଅଧିକ ଷ୍ଟଣ୍ଟ କରୁଛନ୍ତି ବୋଲି କୁହାଯାଉଛି । ଆଗାମୀ ବର୍ଷ ଏହି ଫିଲ୍ମ ରିଲିଜ୍ ହେବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri