ପିଲାଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ! ଜନସନ ଆଣ୍ଡ ଜନସନ ଟ୍ରାଏଲ ପାଇଁ ମାଗିଲା ଅନୁମତି

ନୂଆଦିଲ୍ଲୀ,୨୦ ।୮: ଦେଶରେ କରୋନା ମହାମାରୀର ତୃତୀୟ ଲହରର ଆଶଙ୍କା ମଧ୍ୟରେ ଏବେ ପିଲାମାନଙ୍କ ପାଇଁ ଆଉ ଏକ ଭ୍ୟାକ୍ସିନ ବା ଟିକାର ରାସ୍ତା ଖୋଲିଯିବା ଭଳି ମନେ ହେଉଛି । ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନ ଭାରତରେ ୧୨-୧୭ ବର୍ଷ ବୟସର ପିଲାଙ୍କ ପାଇଁ ଭ୍ୟାକ୍ସିନ ଟ୍ରାଏଲ କରିବାକୁ ଅନୁମତି ମାଗିଛି । ନିକଟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ଲକ୍ଷ୍ମଣଭାଇ ମାଣ୍ଡବିୟ କହିଥିଲେ ପିଲାମାନଙ୍କ ପାଇଁ ଭ୍ୟାକ୍ସିନ ବିକଶିତ କରାଯାଉଛି । କୋଭିଡ-୧୯ ଟିକାକୁ ନେଇ ଚାଲିଥିବା ଗବେଷଣାର ଫଳାଫଳ ଆସନ୍ତା ମାସରେ ଆସିଯାଇପାରେ । ଏହାପରେ ପିଲାମାନଙ୍କ ପାଇଁ ଟିକା ଖୁବଶୀଘ୍ର ଆସିଯିବ । ଏପଟେ ଜାଇଡସ କୋଡିଲା ଓ ଭାରତ ବାୟୋଟେକକୁ ପିଲାଙ୍କ ପାଇଁ ଭ୍ୟାକ୍ସିନ ତିଆରି ପାଇଁ ଅନୁମତି ମିଳିସାରିଛି । ଏହାର ପଳାଫଳ ସେପ୍ଟେମ୍ବର ସୁଦ୍ଧା ଆସିଯିବ ବୋଲି ଅନୁମାନ କରାଯାଉଛି । ଯଦି ଏହା ସଫଳ ହେଲା ଓ ଜନସନକୁ ଅନୁମତି ମିଳିଲା ତେବେ ଦେଶରେ ପିଲାମାନଙ୍କ ପାଇଁ ୩ଟି ଟିକା ଉପଲବ୍ଧ ହେବ ବୋଲି ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri