ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଭ୍ୟାକ୍ସିନ୍‌ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୭।୮: ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଟିକାକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭିଆ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାରତ ଟିକା କ୍ଷେତ୍ରରେ ବିସ୍ତାର କରି ଚାଲିଛି। ତେଣୁ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତ ଅନୁମତି ପ୍ରଦାନ କରିଛି। ଆମେରିକାର ଫାର୍ମା କମ୍ପାନୀ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ ସିଙ୍ଗଲ ଡୋଜ କୋଭିଡ-୧୯ ଟିକା ଭାରତ ସରକାରଙ୍କ ଦ୍ୱାରା ଅନୁମୋଦିତ ହେବା ପରେ ଏହା ପଞ୍ଚମ ଟିକା ଭାବେ ପରିଣତ ହୋଇଛି। ବର୍ତ୍ତମାନ ଭାରତରେ ୫ଟି ଇୟୁଏ ଟିକା ଉପଲବ୍ଧ ହେବ। ଯଥା କୋଭିଶିଲ୍ଡ, କୋଭାକ୍ସିନ, ସ୍ଫୁଟନିକ-ଭି ଓ ମର୍ଡନା ପରେ ଅନୁମୋଦନ ପାଇଥିବା ଏହା ପଞ୍ଚମ କୋଭିଡ-୧୯ ଟିକା ହେବ। ଏହା କରୋନା ବିରୋଧରେ ଲଢ଼େଇକୁ ଆହୁରି ଦ୍ୱିଗୁଣିତ କରିଦେବ। ମିଳିଥିବା ସୂଚନା ଅନୁସାରେ ଆସନ୍ତା ସପ୍ତାହେ କିମ୍ବା ଦୁଇ ସପ୍ତାହ ମଧ୍ୟରେ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ ସିଙ୍ଗଲ ଡୋଜ ଟିକା ଭାରତରେ ଉପଲବ୍ଧ ହେବ। ସୂଚନାଯୋଗ୍ୟ, ଚଳିତ ବର୍ଷ ଅଗଷ୍ଟ ୫ରେ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ ପ୍ରାଇଭେଟ ଲିମିଟେଡ ଭାରତ ସରକାରଙ୍କୁ ଏହାର ସିଙ୍ଗଲ ଡୋଜ ଟିକା ପାଇଁ ଜରୁରୀକାଳୀନ ବ୍ୟବହାର ପ୍ରାଧିକରଣ(ଇୟୁଏ) ପାଇଁ ଆବେଦନ କରିଥିଲା। ତେବେ ଶୁକ୍ରବାର କମ୍ପାନୀ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇ ସିଙ୍ଗଲ ଡୋଜ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଭାରତ ସରକାରଙ୍କ ଅନୁମତି ଲାଗି ଆବେଦନ କରାଯାଇଥିଲା। ସୂଚନା ମୁତାବକ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ କମ୍ପାନୀ ଟିକାର ୩ଟି କ୍ଲିନିକାଲ ଟ୍ରାଏଲ୍‌ ସରିଛି। ଏଥିରେ ୮୫ପ୍ରତିଶତ ସଫଳତା ମିଳିଛି। ଏହି ସିଙ୍ଗଲ ଡୋଜ ଟିକା ନେବାର ୨୮ଦିନ ମଧ୍ୟରେ ଏହା ବେଶ୍‌ ଫଳପ୍ରଦ ହେଉଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri