ଜନ୍‌ସନଙ୍କ ଇସ୍ତଫା: ଅଡୁଆରେ ଋଷି ସୁନକଙ୍କ ଦଳ

ଲଣ୍ଡନ: ପାର୍ଟିଗେଟ୍‌ ମାମଲାରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ସଂସଦୀୟ କମିଟି ତାଙ୍କ ଉପରେ ପ୍ରତିବନ୍ଧକ ଲଗାଇବା ପରେ ସେ ଇସ୍ତଫା ଦେଇଛନ୍ତି। ଜନ୍‌ସନ ଇସ୍ତଫା ଦେବାରୁ ପ୍ରଧାନମନ୍ତ୍ରୀ ରୁଷି ସୁନକଙ୍କ କଞ୍ଜରଭେଟିଭ୍‌ ପାର୍ଟି ଆସନ୍ତା ଉପ-ନିର୍ବାଚନରେ ପରାଜୟର ସମ୍ମୁଖୀନ ହୋଇପାରେ ବୋଲି ଆଶଙ୍କା ଦେଖାଦେଇଛି।

କରୋନା ମହାମାରୀ ସମୟରେ ବୋରିସ୍‌ ଜନ୍‌ସନ ୧୦ ଡାଉନିଂ ଷ୍ଟ୍ରିଟରେ ପାର୍ଟି କରି ହାଉସ ଅଫ୍‌ କମନ୍ସକୁ ବିଭ୍ରାନ୍ତ କରୁଥିବା ଅଭିଯୋଗର ସଂସଦ କମିଟି ଅନୁସନ୍ଧାନ କରୁଛି। ବର୍ତ୍ତମାନ ଅକ୍ସବ୍ରିଜ ସଂସଦୀୟ ନିର୍ବାଚନମଣ୍ଡଳୀରେ ଏକ ଉପ-ନିର୍ବାଚନ ହେବ ଯେଉଁଠାରେ ବୋରିସ ଜନ୍‌ସନ ସାଂସଦ ଥିଲେ। ଏହି ନିର୍ବାଚନରେ ଋଷି ସୁନକଙ୍କ ଦଳ ପରାଜିତ ହୋଇପାରେ ବୋଲି ଆଶଙ୍କା କରାଯାଉଛି।

ଜନ୍‌ସନ କହିଛନ୍ତି, କଙ୍ଗାରୁ କୋର୍ଟ ଚାଲୁଥିବା ଅନୁସନ୍ଧାନରେ ଜଡ଼ିତ ସାଂସଦ ଜନ୍‌ସନ ଅଭିଯୋଗ କରିଛନ୍ତି, ଅନୁସନ୍ଧାନ କମିଟିରେ ସମ୍ପୃକ୍ତ ସାଂସଦମାନେ କଙ୍ଗାରୁ କୋର୍ଟ ଚଳାଉଛନ୍ତି। ସେମାନେ ତାଙ୍କର ରାଜନୈତିକ କ୍ୟାରିୟର ଶେଷ କରିବାକୁ ଚାହୁଁଛନ୍ତି।

ସେ କହିଛନ୍ତି, କିଛି ଲୋକ ମୋତେ ଏକ ଷଡ଼ଯନ୍ତ୍ରରେ ଜଡ଼ିତ କରୁଛନ୍ତି। ସେମାନେ ଏପର୍ଯ୍ୟନ୍ତ ମୋ ବିରୋଧରେ କୌଣସି ପ୍ରମାଣ ପ୍ରଦାନ କରିବାରେ ସକ୍ଷମ ହୋଇ ନାହାନ୍ତି। ଅନୁସନ୍ଧାନ କମିଟିର ଚିଠି ପାଇବା ପରେ ମୁଁ ଆଶ୍ଚର୍ଯ୍ୟ ହୋଇଗଲି। ଆରମ୍ଭରୁ ତଥ୍ୟ ଖୋଜିବା ପରିବର୍ତ୍ତେ, ମୋତେ ଦୋଷୀ ପ୍ରମାଣ କରିବାକୁ ଚେଷ୍ଟା କରାଯାଉଥିଲା।

ବାସ୍ତବରେ ବୋରିସ୍‌ ଜନ୍‌ସନଙ୍କ ୫୬ତମ ଜନ୍ମଦିନରେ ତାଙ୍କ ସ୍ତ୍ରୀ ୧୦ ଡାଉନିଂ ଷ୍ଟ୍ରିଟ୍‌ରେ ଏକ ପାର୍ଟିର ଆୟୋଜନ କରିଥିଲେ। ଏହି ପାର୍ଟିରେ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ସୁନକଙ୍କ ସମେତ କଞ୍ଜରଭେଟିଭ୍‌ ଦଳର ଅନେକ ନେତା ଉପସ୍ଥିତ ଥିଲେ। ସେହି ସମୟରେ କରୋନା ମହାମାରୀ ଯୋଗୁ ଲକ୍‌ଡାଉନ୍‌ ଚାଲିଥିଲା। ସେଥିପାଇଁ ପୋଲିସ ନିୟମ ଉଲ୍ଲଂଘନ ଅଭିଯୋଗରେ ତାଙ୍କ ବିରୋଧରେ ଜରିମାନା ଆଦାୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri