ଜନସନ୍‌ ଟିକାକୁ ଆମେରିକାରେ ବ୍ୟବହାର ପାଇଁ ଅନୁମତି

ଓ୍ବାଶିଂଟନ,୨୮।୨: ଜନସନ୍‌ ଆଣ୍ଡ ଜନସନ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ସିଙ୍ଗଲ ଡୋଜ୍‌ କରୋନା ଟିକାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାର ବ୍ୟବହା ପାଇଁ ଅନୁମତି ପ୍ରଦାନ କରିଛନ୍ତି। ପୂର୍ବରୁ ଆମେରିକା ସରକାର ଫାଇଜର ଏବଂ ମୋର୍ଡନା କରୋନା ଟିକାକରଣ ପାଇଁ ସ୍ବୀକୃତି ଦେଇଥିଲେ। ଏହା ଦ୍ୱାରା ଦେଶରେ ବର୍ତ୍ତମାନ ସୁଦ୍ଧା ୩ଟି ଟିକାକୁ ଜରୁରିକାଳୀନ ସ୍ଥିତିରେ ବ୍ୟବହାର କରାଯିବାକୁ ମଞ୍ଜୁରୀ ମିଳି ସାରିଛି। ଜନସନ୍‌ର ସିଙ୍ଗଲ ଡୋଜ୍‌ ଟିକା ସଂକ୍ରମଣ ରୋକିବାରେ ୬୬ ପ୍ରତିଶତ ପ୍ରଭାବଶାଳୀ ବୋଲି ଆମେରିକା ନିୟାମକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ପ୍ରତି ଉପଲବ୍ଧ ହେଉଥିବା କରୋନା ପ୍ରତିଷେଧକ ଟିକାର ଦୁଇଟି ଡୋଜ୍‌ ନେବାକୁ ପଡୁଥିବାବେଳେ ଜନସନ୍‌ ଦ୍ୱାରା ପ୍ରସ୍ତୁତ ଟିକାକୁ ମାତ୍ର ଥରେ ନେବାକୁ ପଡ଼ିବ। ଜନସନ୍‌ର ସିଙ୍ଗଲ ଡୋଜ୍‌ ଟିକା କରୋନା ବିରୋଧରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ସକ୍ଷମ ହୋଇପାରିବ ବୋଲି ଆମେରିକା ଫୁଡ୍‌ ଆଣ୍ଡ୍‌ ଡ୍ରଗ୍‌ ଆଡ଼ମନିଷ୍ଟ୍ରେଶନ ବୈଜ୍ଞାନିକମାନେ ପ୍ରକାଶ କରିଛନ୍ତି। ଗୁରୁତର ଆକ୍ରାନ୍ତଙ୍କ କ୍ଷେତ୍ରରେ ଏହି ଟିକା ୮୫ ପ୍ରତିଶତ ସୁଫଳ ପ୍ରଦାନ କରିବାକୁ ସକ୍ଷମ। ଜନସନ୍‌ ପକ୍ଷରୁ ଟିକାକୁ ୪୪ ହଜାର ବୟସ୍କଙ୍କ ଉପରେ ପ୍ରୟୋଗ କରାଯାଇଥିଲା। ଏହାର ଫଳାଫଳ ବେଶ୍‌ ଉତ୍ସାହ ଜନକ ମଧ୍ୟ ରହିଥିଲା। ସମ୍ପୃକ୍ତ ବୟସ୍କ ବ୍ୟକ୍ତିମାନେ ଆମେରିକା, ଲାଟିନ୍‌ ଆମେରିକା ଏବଂ ଦକ୍ଷିଣ ଆଫ୍ରିକାର ବାସିନ୍ଦା ବୋଲି ଜନସନ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri