‘ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ’

ମାଲକାନଗିରି/ଖଇରପୁଟ, ୩୦।୯(ଡି.ଏନ୍‌.ଏ.): ବଣ୍ଡାଘାଟି ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାଓବାଦୀମାନେ ବିକାଶରେ ବାଧକ ନ ସାଜି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ। ବିଏସ୍‌ଏଫ୍‌ ମାଲକାନଗିରି ଜିଲା ତଥା ବଣ୍ଡାଘାଟି ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ସର୍ବଦା ସଜାଗ ରହିଛି। ମାଲକାନଗିରି ଜିଲା ବଣ୍ଡାଘାଟିସ୍ଥିତ ଅଣ୍ଡ୍ରାହାଲ୍‌ ଓ ମୁଦୁଲିପଡ଼ା ବିଏସ୍‌ଏଫ୍‌ କ୍ୟାମ୍ପରେ ମାଓବାଦୀ କାର୍ଯ୍ୟକଳାପ ନେଇ ସ୍ଥିତି ସମୀକ୍ଷା ବୈଠକରେ ବିଏସ୍‌ଏଫ୍‌ ଏଡିଜି ରାଜଓ୍ବିନ୍ଦର ସିଂହ ଭଟ୍ଟି ମାଓବାଦୀଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତି। ଦୁଇ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରିବା ପରେ ଏଡିଜି ଜିଲାର ବରିଷ୍ଠ ବିଏସ୍‌ଏଫ୍‌ ଅଧିକାରୀଙ୍କୁ ନେଇ ବୈଠକ କରିଥିଲେ। ବଣ୍ଡାଘାଟିକୁ ମାଓବାଦୀମାନେ ନୂଆ ଆଶ୍ରୟସ୍ଥଳୀ କରିବା ସହ ହିଂସା ବଢ଼ୁଛି। ତେଣୁ ଏହାକୁ ରୋକିବାକୁ ବୈଠକରେ ବିଭିନ୍ନ ରଣନୀତି ପ୍ରସ୍ତୁତ କରାଯାଇଥିଲା। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ବଣ୍ଡାଘାଟିର ମୁଦୁଲିପଡ଼ା ଏବଂ ଅଣ୍ଡ୍ରାହାଲଠାରେ ଦୁଇଟି ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା କରାଯାଇଥିଲା। ଏଡିଜିଙ୍କ କ୍ୟାମ୍ପ ପରିଦର୍ଶନ ଓ ସମୀକ୍ଷା କାର୍ଯ୍ୟକ୍ରମରେ ବିଏସ୍‌ଏଫ୍‌ ଆଇଜି ସତୀଶ ଚନ୍ଦ୍ର ବୁଡାକୋଟି, କୋରାପୁଟ ବିଏସ୍‌ଏଫ୍‌ ମୁଖ୍ୟାଳୟର ଡିଆଇଜି ମଦନଲାଲ ଏବଂ ମାଲକାନଗିରି ଡିଆଇଜି ସଞ୍ଜୟ କୁମାର ସିଂହ ଉପସ୍ଥିତ ଥିଲେ। ଏହାପରେ ଏଡିଜି ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରିବା ସହ ମାଲକାନଗିରିସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ପହଞ୍ଚି ବରିଷ୍ଠ ଅଧିକାରୀମାନଙ୍କ ସହ ଛତିଶଗଡ଼, ଛତିଶଗଡ଼ ସୀମାନ୍ତ ଏବଂ ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ ଅଞ୍ଚଳରେ ମାଓବାଦୀ ସମସ୍ୟା ନେଇ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri