‘ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ’

ମାଲକାନଗିରି/ଖଇରପୁଟ, ୩୦।୯(ଡି.ଏନ୍‌.ଏ.): ବଣ୍ଡାଘାଟି ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାଓବାଦୀମାନେ ବିକାଶରେ ବାଧକ ନ ସାଜି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ। ବିଏସ୍‌ଏଫ୍‌ ମାଲକାନଗିରି ଜିଲା ତଥା ବଣ୍ଡାଘାଟି ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ସର୍ବଦା ସଜାଗ ରହିଛି। ମାଲକାନଗିରି ଜିଲା ବଣ୍ଡାଘାଟିସ୍ଥିତ ଅଣ୍ଡ୍ରାହାଲ୍‌ ଓ ମୁଦୁଲିପଡ଼ା ବିଏସ୍‌ଏଫ୍‌ କ୍ୟାମ୍ପରେ ମାଓବାଦୀ କାର୍ଯ୍ୟକଳାପ ନେଇ ସ୍ଥିତି ସମୀକ୍ଷା ବୈଠକରେ ବିଏସ୍‌ଏଫ୍‌ ଏଡିଜି ରାଜଓ୍ବିନ୍ଦର ସିଂହ ଭଟ୍ଟି ମାଓବାଦୀଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତି। ଦୁଇ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରିବା ପରେ ଏଡିଜି ଜିଲାର ବରିଷ୍ଠ ବିଏସ୍‌ଏଫ୍‌ ଅଧିକାରୀଙ୍କୁ ନେଇ ବୈଠକ କରିଥିଲେ। ବଣ୍ଡାଘାଟିକୁ ମାଓବାଦୀମାନେ ନୂଆ ଆଶ୍ରୟସ୍ଥଳୀ କରିବା ସହ ହିଂସା ବଢ଼ୁଛି। ତେଣୁ ଏହାକୁ ରୋକିବାକୁ ବୈଠକରେ ବିଭିନ୍ନ ରଣନୀତି ପ୍ରସ୍ତୁତ କରାଯାଇଥିଲା। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ବଣ୍ଡାଘାଟିର ମୁଦୁଲିପଡ଼ା ଏବଂ ଅଣ୍ଡ୍ରାହାଲଠାରେ ଦୁଇଟି ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା କରାଯାଇଥିଲା। ଏଡିଜିଙ୍କ କ୍ୟାମ୍ପ ପରିଦର୍ଶନ ଓ ସମୀକ୍ଷା କାର୍ଯ୍ୟକ୍ରମରେ ବିଏସ୍‌ଏଫ୍‌ ଆଇଜି ସତୀଶ ଚନ୍ଦ୍ର ବୁଡାକୋଟି, କୋରାପୁଟ ବିଏସ୍‌ଏଫ୍‌ ମୁଖ୍ୟାଳୟର ଡିଆଇଜି ମଦନଲାଲ ଏବଂ ମାଲକାନଗିରି ଡିଆଇଜି ସଞ୍ଜୟ କୁମାର ସିଂହ ଉପସ୍ଥିତ ଥିଲେ। ଏହାପରେ ଏଡିଜି ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରିବା ସହ ମାଲକାନଗିରିସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ପହଞ୍ଚି ବରିଷ୍ଠ ଅଧିକାରୀମାନଙ୍କ ସହ ଛତିଶଗଡ଼, ଛତିଶଗଡ଼ ସୀମାନ୍ତ ଏବଂ ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ ଅଞ୍ଚଳରେ ମାଓବାଦୀ ସମସ୍ୟା ନେଇ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri