ବିବାହ ଭୋଜିରେ ଯୋଗ ଦେଇ ୧୧ ହେଲେ କରୋନା ଆକ୍ରାନ୍ତ: ଭୁବନେଶ୍ବରରୁ ଅଛନ୍ତି ଜଣେ

କଟକ ଅଫିସ,୫।୭: କଟକ ସହର ମାଣିକଘୋଷରୁ ଶନିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଏବଂ ୪ଜଣ ମହିଳା ଅଛନ୍ତି। ଏମାନେ ସମସ୍ତେ ସମ୍ପର୍କୀୟ। ଗତ କିଛି ଦିନ ପୂର୍ବରୁ ମାଣିକଘୋଷରେ ଏହି ପରିବାର ଏକ ବିବାହ ଭୋଜି ଆୟୋଜନ କରିଥିଲେ। ଏଥିରେ ଭୁବନେଶ୍ବରରୁ ଜଣେ ସମ୍ପର୍କୀୟ ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ସମ୍ପର୍କୀୟ ଜଣକ କରୋନା ପିଜିଟିଭ ଚିହ୍ନଟ ହୋଇଥିଲେ। ଏଣୁ ଭୋଜି ଆୟୋଜନ କରିଥିବା ପରିବାରର ସଦସ୍ୟଙ୍କୁ ଗୃହ ସଙ୍ଗରୋଧରେ ରଖା ଯାଇଥିଲା। ୧୮ ଜଣଙ୍କ ସ୍ବାବ ସଂଗ୍ରହ କରାଯାଇ ଥିଲା। ସେଥିରୁ ୧୧ଜଣ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିଭଳି ସିଡିଏ ସେକ୍ଟର-୬ରୁ ୩ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪୨ ବର୍ଷୀୟା ମହିଳା, ୧୭ ଏବଂ୧୨ ବର୍ଷୀୟ ପୁରୁଷ ରହିଛନ୍ତି। ବମ୍ଫକୁଦାରୁ ଜଣେ ୩୨ ବର୍ଷୟୀ ପୁରୁଷ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ସେ ଜଣେ ଆକ୍ରାନ୍ତଙ୍କ ସମ୍ପର୍କରେ ଆସିଥିଲେ। ମାଳିସାହିରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ ଶୁକ୍ରବାରଠାରୁ ଚିହ୍ନଟ ହୋଇଥିଲେ ମଧ୍ୟ ରବିବାର ଏନେଇ ସୂଚନା ଦିଆଯାଇଛି। ଏପରିକି ଶନିବାର ଏହି ସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ପୂର୍ବରୁ ସାହିର ଜଣେ ବାସିନ୍ଦା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ ସରକାରୀ ସଙ୍ଗରୋଧରେ ରଖା ଯାଇଥିଲା। ଏଥିରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅପରପକ୍ଷେ ୩ଜଣ କରୋନା ଯୋଦ୍ଧା ଏବଂ ମାଳିସାହି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୫ଜଣ ଆକ୍ରାନ୍ତ ହୋଇଛନ୍ତି। ଏଭଳି ଭାବେ ଶନିବାର କଟକ ମହାନଗର ଅଞ୍ଚଳରେ ମୋଟ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ରେ ପହଞ୍ଚିଛି। ୨୨ଜଣ ସୁସ୍ଥ ହୋଇଥିବା ବେଳେ ୧୬୬ଜଣ ଚିକିତ୍ସିତ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ଶନିବାର କଟକ ଗ୍ରାମାଞ୍ଚଳରୁ ୧୯ଜଣ ଯଥା ମାହଙ୍ଗାରୁ ୮ଜଣ, ବଡମ୍ବାରୁ ୬, ବାଙ୍କୀରୁ ୪ ଏବଂ ନିଆଳିରୁ ଜଣେଙ୍କ ସମେତ ଜଣେ ଏନ୍‌ଡିଆର୍‌ଏଫ ଯବାନ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ଏଥିସହିତ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୩ରେ ପହଞ୍ଚିଛି। ୨୯୪ ଜଣ ଚିକିତ୍ସିତ ହେଉଥିବା ବେଳେ ୫୧୩ ଜଣ ସୁସ୍ଥ ହୋଇଛନ୍ତି। ୪ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?