ଖାଦ୍ୟ ଗୁଣବତ୍ତା ବିଭାଗ-ଏନ୍‌ଏସି ପ୍ରଶାସନର ମିଳିତ ଚଢ଼ାଉ

ଦିଗପହଣ୍ଡି,୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଉସ୍ତପଲିରେ ହଇଜା ଆକ୍ରାନ୍ତରେ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ ପରେ ବିଭିନ୍ନ ହୋଟେଲ ଓ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନଗୁଡ଼ିରେ ଖାଦ୍ୟର ମାନ ଯାଞ୍ଚ କରିବା ନେଇ ସ୍ବାସ୍ଥ୍ୟ ପ୍ରଶାସନର ଚେତା ପଶିଛି।

ଦିଗପହଣ୍ଡି ଏନ୍‌ଏସି ଅନ୍ତର୍ଗତ ବିଭିନ୍ନ ଉଠା ଦୋକାନୀ ଓ ହୋଟେଲଗୁଡିକରେ ଅପମିଶ୍ରିତ ତଥା ରଙ୍ଗ ବୋଳା ଖାଦ୍ୟ ବିକ୍ରି, ବିକ୍ରୟ ଅନୁମତି ନଥାଇ ବ୍ୟବସାୟ ଚଳାଉଥିବା ଏବଂ ଅନୁପଯୁକ୍ତ ପରିବେଶରେ ଖାଦ୍ୟ ପଦାର୍ଥ ବିକ୍ରି କରୁଥିବା ଦୋକାନଗୁଡ଼ିକ ଉପରେ ଏହି ଚଢ଼ାଉ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ଥିବା ବେଆଇନ ଦେଶୀ ମଦ ଦୋକାନଗୁଡ଼ିକୁ ବନ୍ଦ କରି ଦିଆଯିବା ସହ ଖିଲାପକାରୀ କେତେକ ହୋଟେଲକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ଚଢ଼ାଉ ସମୟରେ ବେଆଇନ ଭାବେ ଅପମିଶ୍ରିତ ଖାଦ୍ୟ ଦ୍ରବ୍ୟ ବିକ୍ରି ଚଳାଇଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରୁ ପ୍ରାୟ ୩୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଖାଦ୍ୟ ସାମଗ୍ରୀ ବିକ୍ରି ସମୟରେ ଲୋକଙ୍କୁ ସ୍ବଚ୍ଛ ପରିବେଶରେ ଏବଂ ବିଶୁଦ୍ଧ ପାନୀୟଜଳ ଯୋଗାଇବା ପାଇଁ ହୋଟେଲ ମାଲିକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଚଢ଼ାଉ ସମୟରେ ଖାଦ୍ୟ ସୁରକ୍ଷା ଓ ଗୁଣବତ୍ତା ବିଭାଗର ଯାଞ୍ଚ ଅଧିକାରୀ ଚିନ୍ମୟ ପାଢ଼ୀଙ୍କ ସମେତ ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, କର୍ମଚାରୀ ହରିକୃଷ୍ଣ ସାହୁ, ବାଳକୃଷ୍ଣ ପାଣିଗ୍ରାହୀ, ସନ୍ତୋଷ କୁମାର ପାଢ଼ୀ, ସତ୍ୟନାରାୟଣ ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri