ଖାଦ୍ୟ ଗୁଣବତ୍ତା ବିଭାଗ-ଏନ୍‌ଏସି ପ୍ରଶାସନର ମିଳିତ ଚଢ଼ାଉ

ଦିଗପହଣ୍ଡି,୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଉସ୍ତପଲିରେ ହଇଜା ଆକ୍ରାନ୍ତରେ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ ପରେ ବିଭିନ୍ନ ହୋଟେଲ ଓ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନଗୁଡ଼ିରେ ଖାଦ୍ୟର ମାନ ଯାଞ୍ଚ କରିବା ନେଇ ସ୍ବାସ୍ଥ୍ୟ ପ୍ରଶାସନର ଚେତା ପଶିଛି।

ଦିଗପହଣ୍ଡି ଏନ୍‌ଏସି ଅନ୍ତର୍ଗତ ବିଭିନ୍ନ ଉଠା ଦୋକାନୀ ଓ ହୋଟେଲଗୁଡିକରେ ଅପମିଶ୍ରିତ ତଥା ରଙ୍ଗ ବୋଳା ଖାଦ୍ୟ ବିକ୍ରି, ବିକ୍ରୟ ଅନୁମତି ନଥାଇ ବ୍ୟବସାୟ ଚଳାଉଥିବା ଏବଂ ଅନୁପଯୁକ୍ତ ପରିବେଶରେ ଖାଦ୍ୟ ପଦାର୍ଥ ବିକ୍ରି କରୁଥିବା ଦୋକାନଗୁଡ଼ିକ ଉପରେ ଏହି ଚଢ଼ାଉ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ଥିବା ବେଆଇନ ଦେଶୀ ମଦ ଦୋକାନଗୁଡ଼ିକୁ ବନ୍ଦ କରି ଦିଆଯିବା ସହ ଖିଲାପକାରୀ କେତେକ ହୋଟେଲକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ଚଢ଼ାଉ ସମୟରେ ବେଆଇନ ଭାବେ ଅପମିଶ୍ରିତ ଖାଦ୍ୟ ଦ୍ରବ୍ୟ ବିକ୍ରି ଚଳାଇଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରୁ ପ୍ରାୟ ୩୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଖାଦ୍ୟ ସାମଗ୍ରୀ ବିକ୍ରି ସମୟରେ ଲୋକଙ୍କୁ ସ୍ବଚ୍ଛ ପରିବେଶରେ ଏବଂ ବିଶୁଦ୍ଧ ପାନୀୟଜଳ ଯୋଗାଇବା ପାଇଁ ହୋଟେଲ ମାଲିକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଚଢ଼ାଉ ସମୟରେ ଖାଦ୍ୟ ସୁରକ୍ଷା ଓ ଗୁଣବତ୍ତା ବିଭାଗର ଯାଞ୍ଚ ଅଧିକାରୀ ଚିନ୍ମୟ ପାଢ଼ୀଙ୍କ ସମେତ ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, କର୍ମଚାରୀ ହରିକୃଷ୍ଣ ସାହୁ, ବାଳକୃଷ୍ଣ ପାଣିଗ୍ରାହୀ, ସନ୍ତୋଷ କୁମାର ପାଢ଼ୀ, ସତ୍ୟନାରାୟଣ ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri