ବାସୁଦେବପୁର ପଞ୍ଚାୟତରେ ମିଳିତଅଭିଯୋଗ ଶୁଣାଣି

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ସୋମବାର ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ବିଡିଓ ଉମେଶ କୁମାର ସେଠୀ, ଗ୍ରାମ ପଞ୍ଚାୟତ ଅଧିକାରୀ ରୋଜାଲିନ ଦଳାଇ, ସ୍ଥାନୀୟ ସରପଞ୍ଚ ଏମ. ଶ୍ୟମଘନ, ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ, ସହଗୋଷ୍ଠୀ ଶିକ୍ଷାଧିକାରୀ, ବିଶ୍ରବା ପାଇକ, ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଭାସିନୀ ଶବର, ଗ୍ରାମ୍ୟ ପରିମଳ ଓ ପାନୀୟ ଜଳ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭୀମା ରାଓ , ଡ୍ରେନେଜ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ଭଗବାନ ରଥ , ପ୍ରାଣୀ ଚିକିତ୍ସା ଅଧିକାରୀ ଡଃ. ମଧୁସ୍ମିତା ପଣ୍ଡାଙ୍କ ସମେତ ଅନେକ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ । ସକାଳୁ ତୁହାକୁ ତୁହା ବର୍ଷା ଲାଗି ରହିଥିବା ହେତୁ ଅଭିଯୋଗ ଶୁଣାଣୀରେ ମାତ୍ର ୧୬ ଜଣ ନିଜର ଅଭିଯୋଗ ପତ୍ର ପ୍ରଶାସନ ନିକଟରେ ଦାଖଲ କରିଥିଲେ । ସରପଞ୍ଚ ପ୍ରତିନିଧି ଏମ.ସନ୍ତୋଷ, ଡି.ସନାତନ ଦୋରାଙ୍କ ସମେତ ୱାର୍ଡ ସଭ୍ୟବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri