Odisha Elections 2024

ମାର୍ଚ୍ଚ ପାଇଁ ଜିଲାପାଳ,ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣିର କାର୍ଯ୍ୟସୂଚୀ ପ୍ରକାଶ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମାର୍ଚ୍ଚ ପାଇଁ ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୪ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ୍‌ଠାରେ,୧୧ତାରିଖ ସୋମବାର ଝୁମ୍ପୁରା ବ୍ଲକ୍‌ କାର୍ଯ୍ୟାଳୟଠାରେ ଏବଂ ୧୮ ତାରିଖ ସୋମବାର ତେଲକୋଇ ବ୍ଲକ୍‌ କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ଏହି ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ବିହିତ ପଦକ୍ଷେପ ନେବାକୁ ଜିିଲାପାଳ ବିଶାଲ ସିଂହ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏତଦ୍‌ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗ ଶୁଣାଣି ସ୍ଥାନରେ ଚିକିତ୍ସା, ଜାତୀୟ ସ୍ବାସ୍ଥ୍ୟ ମିଶନ, ଶ୍ରମ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜଳଛାୟା, ଯୋଗାଣ ବିଭାଗ ତରଫରୁ ସଚେତନତା ଆୟୋଜନ କରିବା ପାଇଁ ସଂପୃକ୍ତ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri