ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ: ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଛାନ୍‌ଭିନ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ):: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ ଚାଲିଛି। ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଥିବା ଦୟାନିଧିଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି।

ଚଢାଉ ଚାଲିଥିବା ସ୍ଥାନଗୁଡିକ ମଧ୍ୟରେ ରହିଛି କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ କୁପାଗାଁ ଗ୍ରାମରେ ଶ୍ରୀ ବାଗଙ୍କ ବାସଭବନ, ଧର୍ମଗଡ଼ ଥାନା ଅଧୀନ ବିକ୍ରମଗୁଡ଼ାରେ ତାଙ୍କ ଶ୍ୱଶୁର ଘର, ଭୁବନେଶ୍ୱର ଗୋଠପାଟଣାସ୍ଥିତ ମହାନଦୀ ଆପାର୍ଟମେଣ୍ଟରେ ବାଗଙ୍କ ଫ୍ଲାଟ (ଫ୍ଲାଟ ନଂ. ୧-ଡି)। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ତାଙ୍କ ଏଲଆଇଜି ଘର (ନଂ. ଏଲଆଇଜି ୧୦/୬), ଭୁବନେଶ୍ୱରସ୍ଥିତ ମୃତ୍ତିକା ସଂରକ୍ଷଣ ଓ ଜଳସମ୍ପଦ ବିକାଶ ନିର୍ଦ୍ଦେଶାଳୟରେ ବାଗଙ୍କ ଅଫିସ ଚାମ୍ବର। ନବରଙ୍ଗପୁର ଜିଲା, ମାଝିଗୁଡ଼ା ଛକ ନିକଟ ପଡ଼ାଲଗୁଡ଼ାସ୍ଥିତ ଏକ ନିର୍ମାଣାଧୀନ ବିଲଡିଂ। ନବରଙ୍ଗପୁର ଜିଲା, ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ଶ୍ରୀ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଏକ ବିଲଡିଂ। ନବରଙ୍ଗପୁର ଜିଲା ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଅନ୍ୟ ଏକ ବିଲଡିଂ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri