ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ: ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଛାନ୍‌ଭିନ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ):: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ ଚାଲିଛି। ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଥିବା ଦୟାନିଧିଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି।

ଚଢାଉ ଚାଲିଥିବା ସ୍ଥାନଗୁଡିକ ମଧ୍ୟରେ ରହିଛି କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ କୁପାଗାଁ ଗ୍ରାମରେ ଶ୍ରୀ ବାଗଙ୍କ ବାସଭବନ, ଧର୍ମଗଡ଼ ଥାନା ଅଧୀନ ବିକ୍ରମଗୁଡ଼ାରେ ତାଙ୍କ ଶ୍ୱଶୁର ଘର, ଭୁବନେଶ୍ୱର ଗୋଠପାଟଣାସ୍ଥିତ ମହାନଦୀ ଆପାର୍ଟମେଣ୍ଟରେ ବାଗଙ୍କ ଫ୍ଲାଟ (ଫ୍ଲାଟ ନଂ. ୧-ଡି)। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ତାଙ୍କ ଏଲଆଇଜି ଘର (ନଂ. ଏଲଆଇଜି ୧୦/୬), ଭୁବନେଶ୍ୱରସ୍ଥିତ ମୃତ୍ତିକା ସଂରକ୍ଷଣ ଓ ଜଳସମ୍ପଦ ବିକାଶ ନିର୍ଦ୍ଦେଶାଳୟରେ ବାଗଙ୍କ ଅଫିସ ଚାମ୍ବର। ନବରଙ୍ଗପୁର ଜିଲା, ମାଝିଗୁଡ଼ା ଛକ ନିକଟ ପଡ଼ାଲଗୁଡ଼ାସ୍ଥିତ ଏକ ନିର୍ମାଣାଧୀନ ବିଲଡିଂ। ନବରଙ୍ଗପୁର ଜିଲା, ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ଶ୍ରୀ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଏକ ବିଲଡିଂ। ନବରଙ୍ଗପୁର ଜିଲା ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଅନ୍ୟ ଏକ ବିଲଡିଂ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ...

କାର୍‌-ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି।...

ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା

ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍‌ ଏବଂ...

ଭାଜପାକୁ ଚେତାବନୀ ଦେଲେ ଓମାର ଅବଦୁଲ୍ଲା: କହିଲେ, କାଲି ଯଦି ନିର୍ବାଚନ ହୁଏ…

ଶ୍ରୀନଗର,୧୪।୭:ଜୁଲାଇ ୧୩ରେ ଶହୀଦ ଦିବସକୁ ନେଇ ଜମ୍ମୁ କଶ୍ମୀରରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଉଛି। ଶ୍ରୀନଗରର ଶହୀଦ କବରସ୍ଥାନରେ କାନ୍ଥ ଚଢ଼ି ପୋଲିସ ସହ ସଂଘର୍ଷର...

କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭:ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ସମ୍ପର୍କିତ ପ୍ରାରମ୍ଭିକ ତଦନ୍ତ ରିପୋର୍ଟ ଆସିବା ପରେ ବୋଇଂ ୭୮୭ ଏବଂ ବୋଇଂ ୭୩୭ ବିମାନଗୁଡ଼ିକର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌...

ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର...

ପାଣିରେ ପଡ଼ିଲା ଜାଡେଜାଙ୍କ ଲଢ଼ୁଆ ଅର୍ଦ୍ଧଶତକ: ରୋମାଞ୍ଚକ ମ୍ୟାଚ୍‌ରେ ହାରିଲା ଭାରତ

ଲଡର୍‌ସ, ୧୪।୭:ରବୀନ୍ଦ୍ର ଜାଡେଜାଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ଦ୍ୱିତୀୟ ଇନିଂସରେ ୧୯୩ ରନ କରିପାରିଲାନି ଭାରତ। ଗୋଟିଏ ପଟରେ ଏକାକୀ ଲଢ଼େଇ କରି ଜାଡେଜା ୬୧...

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri