ଜାପାନ ସାଗରରେ ମିଳିତ ନୌସମରାଭ୍ୟାସ, ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା…

ଟୋକିଓ,୨୫।୧୧: ଦକ୍ଷିଣ ଚାଇନା ସାଗରରୁ ଜାପାନ ସାଗର ପର୍ଯ୍ୟନ୍ତ ସାମୁଦ୍ରିକ ଅଞ୍ଚଳରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, କାନାଡା, ଜର୍ମାନୀ ପକ୍ଷରୁ ମିଳିତ ଭାବେ ନୌସମରାଭ୍ୟାସ ଜାରି ରହିଛି। ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ନୌସମରାଭ୍ୟାସ ଆନୁଏଲେକ୍ସ୍‌-୨୦୨୧ ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏହାକୁ ଜାପାନ ନୌସେନା ପକ୍ଷରୁ ଆୟୋଜନ କରାଯାଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ନୌସମରାଭ୍ୟାସ ପ୍ରତିବର୍ଷ ଅନୁଷ୍ଠିତ ହୋଇଥାଏ। ପ୍ରଥମ ଥର ପାଇଁ ଚଳିତ ବର୍ଷ ଜର୍ମାନୀ ଏଥିରେ ଯୋଗ ଦେଇଛି। ଏହାକୁ ନେଇ ଚାଇନା ଏବଂ ରୁଷିଆ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଏହି ସାମୁଦ୍ରିକ ଅଞ୍ଚଳରେ ଚାଇନା ନିଜର ଦାଦାଗିରି ଦେଖାଉଥିବାବେଳେ ରୁଷିଆ ନିଜ ଯୁଦ୍ଧ ବିମାନ ଉଡ଼ାଇ ପତିଆରା ବଢ଼ାଇବାର ପ୍ରୟାସ କରୁଛି। ଏହାକୁ ଦୃଷ୍ଟିରେ ରଖି ନୌସମରାଭ୍ୟାସର ଆୟୋଜନ କରାଯାଇଥିବା କୁହାଯାଉଛି।

ପୂର୍ବ ଚାଇନା ସାଗରରେ ଅବସ୍ଥିତ ଦ୍ୱୀପପୁଞ୍ଜକୁ ନେଇ ଚାଇନା ଏବଂ ଜାପାନ ମଧ୍ୟରେ ବିବାଦ ରହିଛି। ଉଭୟ ଦେଶ ଏହି ଜନବହୁଳ ଦ୍ୱୀପପୁଞ୍ଜ ନିଜର ବୋଲି ଦାବି କରୁଛନ୍ତି। ଏହି ଦ୍ୱୀପପୁଞ୍ଜ ଜାପାନରେ ସେନକାକୁ ଏବଂ ଚାଇନାରେ ଡିୟାଓସ ଭାବେ ଜଣାଶୁଣା।

୧୯୭୨ପରଠାରୁ ଏହି ଦ୍ୱୀପପୁଞ୍ଜର ପ୍ରଶାସନ ଜାପାନର ହାତରେ ଅଛି। ଚାଇନା ଦାବି କରିଛି ଯେ ଏହି ଦ୍ୱୀପପୁଞ୍ଜ ଏହାର ଅଧୀକାର କ୍ଷେତ୍ରରେ ରହିଛି। ଜାପାନ ଏହାର ଦାବି ଛାଡିଦେବା ଉଚିତ। ଚାଇନାର କମ୍ୟୁନିଷ୍ଟ ପାର୍ଟି ଏହାକୁ ନିଜ ଦଖଲକୁ ନେବା ପାଇଁ ସାମରିକ କାର୍ଯ୍ୟାନୁଷ୍ଠାନର ଧମକ ମଧ୍ୟ ଦେଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?