ବୁଗୁଡ଼ାରେ ଚାଲିଥିଲା ଚୋରା ମଦ କାରବାର: ଚଢାଉରେ ୫ହଜାର ଲିଟର ପୋଚ, ୨ଶହ ଲିଟର ଦେଶୀମଦ ଜବତ

ବୁଗୁଡା,୨୪ା୭(କାଳିଚରଣ ଦାଶ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ କରାଯାଇ ପ୍ରଚୁର ପରିମାଣର ପୋଚ ଓ ଦେଶୀମଦ ସହ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଥିବା ଜଣାପଡ଼ିଛିି। ପ୍ରକାଶ ଯେ, ବୁଗୁଡ଼ା ଅଞ୍ଚଳରେ ବ୍ୟାପକ ଭାବେ ଚୋରା ମଦ କାରବାର ଚାଲୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଗୁରୁବାର ସକାଳେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ବୁଗୁଡ଼ା ବ୍ଲକ୍‌ କରଚୁଲି ପଞ୍ଚାୟତ ଅନ୍ତର୍ଗତ ଖଦାଳପଲ୍ଲୀ, ମହୁଲପଲ୍ଲୀ ଓ ସମଲେଇ ଆଦି ଗ୍ରାମର ଆଖପାଖ ଜଙ୍ଗଲ ଅଞ୍ଚଳରେ ଚଢାଉ କରାଯାଇ ୫ହଜାର ଲିଟର ପୋଚ ଓ ୨ ଶହ ଲିଟର ଦେଶୀ ମଦ ଜବତ କରାଯାଇଥିଲା। ଏନେଇ ଅବକାରୀ ଥାନାରେ କେଶ୍‌ ନଂ. ୫୭/୨୫ରେ ମାମଲା ରୁଜୁ ହୋଇଥିବା ବେଳେ କାହାକୁ ଗିରଫ କରାଯାଇ ନାହିଁ। ଉକ୍ତ ଚଢାଉ କାର୍ଯ୍ୟରେ ତହସିଲଦାର ତାପସ ରାଉତଙ୍କ ଉପସ୍ଥିତିରେ ଅବକାରୀ ଡିଏସପି ସ୍ବାଧୀନ ସାହୁଙ୍କ ତତ୍ତ୍ୱାବଧାନରେ ଭଞ୍ଜନଗର ଇନିସପେକ୍ଟର ଡମ୍ବରୁଧର ହରିଜନ, ମୋବାଇଲ ଇନିସପେକ୍ଟର ଅଂଶୁମାନ ଜେନା, ବୁଗୁଡା ଅବକାରୀ ଥାନାଧିକାରୀ ଜ୍ୟୋତି ରଞ୍ଜନ ସେନାପତି ଓ ପୋଲିସ ଥାନାଧିକାରୀ ସୀତାଂଶୁ ଶେଖର ମାନ୍ଧାତାଙ୍କ ସମେତ ଅବକାରୀ ଓ ପୋଲିସ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri