କୃଷି ଯୋଜନା ଜଗିବେ ଯୁଗ୍ମ ସ୍କ୍ବାଡ୍‌

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତିକ ଯୋଜନାର ସଫଳ ରୂପାୟନ, ଯାଞ୍ଚ ଏବଂ ତଦାରଖ ବ୍ୟବସ୍ଥା କଡ଼ାକଡ଼ି କରିବା ଲାଗି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଯୁଗ୍ମ ସ୍କ୍ବାଡ୍‌ ଗଠନ କରାଯାଇଛି। ଏଥିରେ କୃଷି, ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀଙ୍କୁ ସାମିଲ କରାଯାଇଛି। ସ୍କ୍ବାଡ୍‌ ସଦସ୍ୟମାନେ ନିୟମିତ କ୍ଷେତ୍ର ପରିଦର୍ଶନ କରି ଚାଷୀଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ମାନ ଓ ଦର ସୁନିଶ୍ଚିତ କରିବେ। ଏଥିସହ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବା ପାଇଁ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି।
କୃଷି ଭବନ ପରିସରରେ ନବଗଠିତ ଯୁଗ୍ମ ସ୍କ୍ବାଡ୍‌ ଅଧିକାରୀ ଏବଂ ଜିଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କୁ ନେଇ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ କହିଲେ, ରାଜ୍ୟ ସରକାର ବିଭିନ୍ନ କୃଷିଭିତ୍ତିକ ଯୋଜନାକୁ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବା ଲାଗି ଗୁରୁତ୍ୱ ଦେଉଛନ୍ତି। ଯୋଜନାର ସଫଳ ରୂପାୟନ ନିମନ୍ତେ ପର୍ଯ୍ୟବେକ୍ଷଣ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯାଇଛି। ଅନୁଦାନ ଅର୍ଥର ଠିକ୍‌ ବିନିଯୋଗ ସହିତ ଚାଷୀ ଏହାର ସୁଫଳ ପାଇବା ମଧ୍ୟ ଜରୁରୀ। ଏହାକୁ ନଜରରେ ରଖି ପ୍ରତିମାସରେ ଯୋଜନାରେ ଆବଣ୍ଟିତ ଅର୍ଥର ବ୍ୟୟ ସମ୍ପର୍କରେ ସମୀକ୍ଷା କରାଯିବ। ଯୁଗ୍ମ ସ୍କ୍ବାଡ୍‌ କ୍ଷେତ୍ର ପରିଦର୍ଶନ କରି ଯୋଜନାର ଅଗ୍ରଗତି ସମ୍ପର୍କରେ ରିପୋର୍ଟ ଦେବେ। କୃଷିମନ୍ତ୍ରୀ, ଶାସନ ସଚିବ ଏବଂ ନିର୍ଦ୍ଦେଶକମାନେ ମଧ୍ୟ କ୍ଷେତ୍ର ପରିଦର୍ଶନ କରିବେ। ଜିଲା ଗସ୍ତ ସମୟରେ ସ୍କ୍ବାଡ୍‌ ଅଧିକାରୀମାନେ ଚଳିତ ଖରିଫ୍‌ କାର୍ଯ୍ୟକ୍ରମର ସମୀକ୍ଷା କରି ବିହନ, ସାର ଆଦି ଯୋଗାଣକୁ ନିଶ୍ଚିତ କରିବେ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାର୍ଯ୍ୟକାରୀ ବିଭିନ୍ନ ପ୍ରକଳ୍ପର ତଦାରଖ କରାଯିବ। ସଫଳ ଉଦ୍ୟୋଗଗୁଡ଼ିକୁ ଲୋକଲୋଚନକୁ ଅଣାଯିବ। ପ୍ରକଳ୍ପ ନିର୍ମାଣରେ ରହୁଥିବା ସମସ୍ୟାର ଅନୁଧ୍ୟାନ କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ବିଭାଗ ପକ୍ଷରୁ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ବୟନରେ ତତ୍ପରତା ଆଣିବା ଲାଗି ଅତିରିକ୍ତ ନିର୍ଦ୍ଦେଶକ ଓ ଯୁଗ୍ମ ନିର୍ଦ୍ଦେଶକ ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ୬ଟି ଯୁଗ୍ମ ସ୍କ୍ବାଡ୍‌ ଗଠନ କରାଯାଇ ଜିଲା ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri