କୃଷି ଯୋଜନା ଜଗିବେ ଯୁଗ୍ମ ସ୍କ୍ବାଡ୍‌

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତିକ ଯୋଜନାର ସଫଳ ରୂପାୟନ, ଯାଞ୍ଚ ଏବଂ ତଦାରଖ ବ୍ୟବସ୍ଥା କଡ଼ାକଡ଼ି କରିବା ଲାଗି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଯୁଗ୍ମ ସ୍କ୍ବାଡ୍‌ ଗଠନ କରାଯାଇଛି। ଏଥିରେ କୃଷି, ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀଙ୍କୁ ସାମିଲ କରାଯାଇଛି। ସ୍କ୍ବାଡ୍‌ ସଦସ୍ୟମାନେ ନିୟମିତ କ୍ଷେତ୍ର ପରିଦର୍ଶନ କରି ଚାଷୀଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ମାନ ଓ ଦର ସୁନିଶ୍ଚିତ କରିବେ। ଏଥିସହ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବା ପାଇଁ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି।
କୃଷି ଭବନ ପରିସରରେ ନବଗଠିତ ଯୁଗ୍ମ ସ୍କ୍ବାଡ୍‌ ଅଧିକାରୀ ଏବଂ ଜିଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କୁ ନେଇ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ କହିଲେ, ରାଜ୍ୟ ସରକାର ବିଭିନ୍ନ କୃଷିଭିତ୍ତିକ ଯୋଜନାକୁ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବା ଲାଗି ଗୁରୁତ୍ୱ ଦେଉଛନ୍ତି। ଯୋଜନାର ସଫଳ ରୂପାୟନ ନିମନ୍ତେ ପର୍ଯ୍ୟବେକ୍ଷଣ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯାଇଛି। ଅନୁଦାନ ଅର୍ଥର ଠିକ୍‌ ବିନିଯୋଗ ସହିତ ଚାଷୀ ଏହାର ସୁଫଳ ପାଇବା ମଧ୍ୟ ଜରୁରୀ। ଏହାକୁ ନଜରରେ ରଖି ପ୍ରତିମାସରେ ଯୋଜନାରେ ଆବଣ୍ଟିତ ଅର୍ଥର ବ୍ୟୟ ସମ୍ପର୍କରେ ସମୀକ୍ଷା କରାଯିବ। ଯୁଗ୍ମ ସ୍କ୍ବାଡ୍‌ କ୍ଷେତ୍ର ପରିଦର୍ଶନ କରି ଯୋଜନାର ଅଗ୍ରଗତି ସମ୍ପର୍କରେ ରିପୋର୍ଟ ଦେବେ। କୃଷିମନ୍ତ୍ରୀ, ଶାସନ ସଚିବ ଏବଂ ନିର୍ଦ୍ଦେଶକମାନେ ମଧ୍ୟ କ୍ଷେତ୍ର ପରିଦର୍ଶନ କରିବେ। ଜିଲା ଗସ୍ତ ସମୟରେ ସ୍କ୍ବାଡ୍‌ ଅଧିକାରୀମାନେ ଚଳିତ ଖରିଫ୍‌ କାର୍ଯ୍ୟକ୍ରମର ସମୀକ୍ଷା କରି ବିହନ, ସାର ଆଦି ଯୋଗାଣକୁ ନିଶ୍ଚିତ କରିବେ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାର୍ଯ୍ୟକାରୀ ବିଭିନ୍ନ ପ୍ରକଳ୍ପର ତଦାରଖ କରାଯିବ। ସଫଳ ଉଦ୍ୟୋଗଗୁଡ଼ିକୁ ଲୋକଲୋଚନକୁ ଅଣାଯିବ। ପ୍ରକଳ୍ପ ନିର୍ମାଣରେ ରହୁଥିବା ସମସ୍ୟାର ଅନୁଧ୍ୟାନ କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ବିଭାଗ ପକ୍ଷରୁ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ବୟନରେ ତତ୍ପରତା ଆଣିବା ଲାଗି ଅତିରିକ୍ତ ନିର୍ଦ୍ଦେଶକ ଓ ଯୁଗ୍ମ ନିର୍ଦ୍ଦେଶକ ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ୬ଟି ଯୁଗ୍ମ ସ୍କ୍ବାଡ୍‌ ଗଠନ କରାଯାଇ ଜିଲା ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?