Posted inଜାତୀୟ

ଜୋରାମ୍‌ଥାଙ୍ଗା ଦୋଷମୁକ୍ତ

ଆଇଜଲ, ୧୦ା୧୧: କ୍ଷମତାର ଅପବ୍ୟବହାର ଏବଂ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏକ ସ୍ବତନ୍ତ୍ର କୋର୍ଟ ମିଜୋରାମ୍‌ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କୁ ଦୋଷମୁକ୍ତ କରିଛନ୍ତି। ଦୁର୍ନୀତି ନିରୋଧୀ ସଂସ୍ଥା ପିପୁଲ ରାଇଟ୍‌ ଟୁ ଇନଫର୍ମେଶନ ଏବଂ ଡେଭେଲପମେଣ୍ଟ ଇମ୍ପ୍ଲିମେଣ୍ଟିଂ ସୋସାଇଟି ଅଫ୍‌ ମିଜୋରାମ (ପିଆର୍‌ଆଇଏସ୍‌ଏମ୍‌) ସମେତ ବରିଷ୍ଠ ନାଗରିକ ଆସୋସିଏଶନ ମିଜେରାମ ଉପା ପଲ୍‌ ୨୦୦୯ରେ ଜୋରାମଥାଙ୍ଗାଙ୍କ ବିରୋଧରେ ମାମଲା କରିଥିଲେ। ୨୦୦୭ରେ ଜୋରାମଥାଙ୍ଗା ଶିରଫିରର ଆଇ ପୁକ୍‌ ଅଞ୍ଚଳରେ ନିଜ ଜମି ପାଇଁ କୃଷି ବିଭାଗରୁ ଲୁହା ରଡ୍‌ ଏବଂ ତାର ଜାଲି ଆଣିବା ପାଇଁ କ୍ଷମତାର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏଥିସହ ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଦୁର୍ନୀତି ନିରୋଧୀ ବ୍ୟୁରୋ ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଥିଲା।

 

‘ମୋ ମନ୍ତ୍ରୀ ହିନ୍ଦୀ ଜାଣନ୍ତି ନାହିଁ’

ମିଜୋରାମ ମନ୍ତ୍ରୀମାନେ ହିନ୍ଦୀ ଜାଣନ୍ତି ନାହିଁ। ସେମାନଙ୍କ ମଧ୍ୟରୁ କେତେକ ଇଂଲିଶ ମଧ୍ୟ କହିପାରିବେ ନାହିଁ। ତେଣୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମିଜୋ ଭାଷା ଜଣା ନ ଥିବା ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ବଦଳାନ୍ତୁ ବୋଲି ମିଜୋରାମ ମୁଖ୍ୟମନ୍ତ୍ରୀ ପୁ ଜୋରାମ୍‌ଥାଙ୍ଗା କହିଛନ୍ତି। ରେଣୁ ଶର୍ମାଙ୍କ ବଦଳରେ ଶାସନ ସଚିବ ଭାବେ ଜେ. ସି. ରାମଥାଙ୍ଗାଙ୍କୁ ନିଯୁକ୍ତ କରିବାକୁ ସେ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଅକ୍ଟୋବର ୨୯ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ରେଣୁ ଶର୍ମାଙ୍କୁ ମିଜୋରାମ ଶାସନ ସଚିବ ନିଯୁକ୍ତି କରାଯାଇଥିବା ଉଲ୍ଲେଖ ରହିଥିଲା। ବର୍ତ୍ତମାନ ମୁଖ୍ୟ ସଚିବ ଥିବା ଗୁଜରାଟ କ୍ୟାଡରର ଲାଲ୍‌ନୁନମାଓ୍ବିଆ ଚୁଆଉଗୋ ଅବସର ନେବା ପରେ ଅତିରିକ୍ତ ଶାସନ ସଚିବ ରାମଥାଙ୍ଗାଙ୍କୁ ଉକ୍ତ ପଦବୀରେ ରଖିବାକୁ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri