ଖୁବ୍‌ଶୀଘ୍ର ବଦଳିବ ଯୋରନ୍ଦା କଳେବର

ଢେଙ୍କାନାଳ ଅଫିସ, ୨୬।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ଏହାର ସମୀକ୍ଷା କରିବା ପାଇଁ ୫-ଟି ସଚିବ ଭି. କେ. ପାଣ୍ଡିଆନ୍‌ ଆସନ୍ତା ୨୯ ତାରିଖରେ ଯୋରନ୍ଦା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଅପରାହ୍ନରେ ବିଧାୟକ ସୁଧୀର କୁମାର ସାମଲ, ଜିଲାପାଳ ସରୋଜ କୁମାର ସେଠୀ, ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ ପ୍ରମୁଖ ମହିମାଗାଦିରେ ପହଞ୍ଚତ୍ ବିକାଶମୂଳକ କାର୍ଯ୍ୟର ତଦାରଖ କରିଛନ୍ତି।
କୌପୀନଧାରୀ ଓ ବଳ୍କଳଧାରୀ ମହିମା ସାଧୁଗୋଷ୍ଠୀ ମଧ୍ୟରେ ଦୀର୍ଘବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ହେବା ପରେ ପୀଠର ବିକାଶ ପଥ ଉନ୍ମୁକ୍ତ ହୋଇଛି। ବିଧାୟକ ଏବଂ ଜିଲାପାଳ ଉଭୟ ଗୋଷ୍ଠୀର ସାଧୁସନ୍ଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ମତାମତ ସଂଗ୍ରହ କରିଛନ୍ତି। ୨୯ ତାରିଖରେ ୫-ଟି ସଚିବ ମହିମାଗାଦି ପରିଦର୍ଶନରେ ଆସି ମହିମା ସନ୍ନ୍ୟାସୀଙ୍କ ଗହଣରେ ପ୍ରସାଦ ସେବନ କରିବେ। ଏଥିସହ ଅଞ୍ଚଳବାସୀଙ୍କ ସହ ଭାବ ବିନିମୟ କରିବା କାର୍ଯ୍ୟକ୍ରମ ରହିଛି। ଢେଙ୍କାନାଳ ଜିଲାରେ ପର୍ଯ୍ୟଟନର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସେଥିରୁ ୧୦ କୋଟି ଟଙ୍କା ଯୋରନ୍ଦା ଉନ୍ନୟନ କାର୍ଯ୍ୟରେ ଖର୍ଚ୍ଚ ହେବ। ଆବଶ୍ୟକ ପଡ଼ିଲେ ଅଧିକ ଅନୁଦାନ ଯୋଗାଇ ଦିଆଯିବ ବୋଲି ସରକାର ପ୍ରତିଶ୍ରୁତି ଦେଇଛନ୍ତି।
ଏ ସଂକ୍ରାନ୍ତରେ ବିଧାୟକ ସାମଲ କୁହନ୍ତି, ସମସ୍ତଙ୍କ ମିଳିତ ଉଦ୍ୟମରେ ଦୁଇ ସାଧୁ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ରାଜ୍ୟ ସରକାର ଯୋରନ୍ଦାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ଯୋଜନା କରିଛନ୍ତି। ଖୁବ୍‌ କମ୍‌ଦିନରେ ଯୋରନ୍ଦାର ରୂପରେଖ ବଦଳିଯିବ। ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ଏହି ପୀଠ ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବ। ଜିଲାପାଳ କହିଲେ, ଯୋରନ୍ଦାରେ ବିକାଶମୂଳକ କାର୍ଯ୍ୟ ଜାରି ରହିଛି। ଜନପ୍ରତିନିଧି, ଅଞ୍ଚଳବାସୀ ଏବଂ ସାଧୁସନ୍ଥ ଏଥିରେ ଅକୁଣ୍ଠ ସହଯୋଗ କରୁଛନ୍ତି।
ସମୀକ୍ଷା ବେଳେ ଅନ୍ୟମାନଙ୍କ ମଧ୍ୟରେ କୋରାପୁଟରୁ ଆସିଥିବା ସଂଯୋଜକ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କଳ୍କଳଧାରୀ ମହିମା ସମାଜ ପକ୍ଷରୁ ବାବା ନିତ୍ୟାନନ୍ଦ ଦାସ, କୌପୀନଧାରୀ ମହିମା ସମାଜର ବାବା ରମେଶ ବାବା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?