୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ ବର୍ଷ ମହିମା ସ୍ବାମୀଙ୍କର ଆବିର୍ଭାବର ୨୦୦ ବର୍ଷ ପୂର୍ତ୍ତି ହୋଇଛି। ମେଳା ଉପଲକ୍ଷେ ସନ୍ଧ୍ୟା ୫ଟାରେ ଗାଦି ମନ୍ଦିର ୪ ଦ୍ୱାରରେ ଝାଡ଼ଦୀପ ପ୍ରଜ୍ବଳିତ ହେବ। ସମଗ୍ର ବିଶ୍ୱ ଓ ଜୀବଜଗତର ମଙ୍ଗଳ ପାଇଁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁମାନେ ଘୃତାହୃତି କରିବେ। ଭୋର୍‌ରୁ ମହିମା ସନ୍ନ୍ୟାସୀମାନେ ସମସ୍ତ ନୀତିକାନ୍ତି ଆରମ୍ଭ କରିଛନ୍ତି। ଅଲେଖ ମହିମା ଧୂନିରେ କମ୍ପୁଛି ମହିମା ଗାଦି ଯୋରନ୍ଦା। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଓଡ଼ିଶାର ବିଭିନ୍ନ ଜିଲା ସମେତ ନେପାଳ, ଆସାମ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ ଓ ବିହାର ଏବଂ ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ବହୁ ସଂଖ୍ୟାରେ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି ଯୋରନ୍ଦାରେ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋରନ୍ଦା ଆସି ପୀଠର ବିଭିନ୍ନ ଉନ୍ନତିମୁଳବ କାର୍ଯ୍ୟର ଶୁଭ ଦେବା ସହ ମହିମା ସନ୍ନ୍ୟାସୀମାନଙ୍କ ସହ ଆଲୋଚନା କରିବେ। ମେଳା ପାଇଁ ୧୪ ପ୍ଲାଟୁନ୍‌ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ବୋଲି ଏସ୍‌ପି ଅଭିନବ ସୋନକର ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri