ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ପୀଠର ପାରିପାର୍ଶ୍ୱିକ ବିକାଶମୂଳକ କାର୍ଯ୍ୟ ହେବ। ଉଭୟ ଗୋଷ୍ଠୀର ନିଷ୍ପତ୍ତିକୁ ଅଗ୍ରାଧିକାର ଦିଆଯିବ। ଖୁବ୍‌ଶୀଘ୍ର ୫-ଟି ସଚିବ ମହିମାଗାଦି ପରିଦର୍ଶନ କରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ। ଶୁକ୍ରବାର ଯୋରନ୍ଦାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ ଏହି ସୂଚନା ଦେଇଛନ୍ତି।
ଢେଙ୍କାନାଳ ଜିଲାର ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଲାଗି ରାଜ୍ୟ ସରକାର ମଞ୍ଜୁର କରିଥିବା ୫୦ କୋଟି ଟଙ୍କା ମଧ୍ୟରୁ ୧୦ କୋଟି ଯୋରନ୍ଦା ମହିମାଗାଦି ଉନ୍ନୟନ କାର୍ଯ୍ୟରେ ଖର୍ଚ୍ଚ କରାଯିବାକୁ ଯୋଜନା କରାଯାଇଛି। ଆବଶ୍ୟକ ପଡ଼ିଲେ ଅଧିକ ଅନୁଦାନ ଅର୍ଥ ଲୋଡ଼ାଯିବ।
ପୀଠକୁ ଆକର୍ଷଣୀୟ କରିବା ଲାଗି ସମସ୍ତ ପଦକ୍ଷେପ ନିଆଯିବ। ପାର୍କ, ପୋଖରୀ ପୁନରୁଦ୍ଧାର ସାଙ୍ଗକୁ ରାସ୍ତା ଚଉଡ଼ା କରାଯିବ। ମଠ ସମ୍ପର୍କରେ ଜାଣିବା ପାଇଁ ସୂଚନା ଫଳକ ଲଗାଯିବ। ଉନ୍ନତମାନର ଶୌଚାଳୟ, ବନୀକରଣ, ପ୍ରାର୍ଥନା ଗୃହ, କଠିନ ବର୍ଜ୍ୟବସ୍ତୁ ପରିଚାଳନା ଲାଗି ସ୍ବତନ୍ତ୍ର ଯୋଜନା କରାଯାଉଛି। ପୀଠକୁ ସମ୍ପୂର୍ଣ୍ଣ ଆଲୋକୀକରଣ କରାଯିବ। ମିଟିଂ ହଲ୍‌, ପର୍ଯ୍ୟଟକଙ୍କ ରହଣି ପାଇଁ ପାନ୍ଥଶାଳା ନିର୍ମାଣ ହେବ। ଯୋରନ୍ଦାକୁ ବର୍ଷତମାମ ପର୍ଯ୍ୟଟକ ଆସୁଥିବାରୁ ବ୍ୟବସ୍ଥିତ ପାର୍କିଂ ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦିଆଯାଇଛି। ଏସବୁ କାର୍ଯ୍ୟ ଲାଗି ଆର୍କିଟେକ୍‌ମାନେ ଡିଜାଇନ ଦେବେ। ଜିଲାର ସ୍ବର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ଯୋରନ୍ଦା, କପିଳାସ ଓ ସପ୍ତଶଯ୍ୟା। ତନ୍ମଧ୍ୟରୁ ବିଶ୍ୱ ପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାର ଉନ୍ନୟନ ଲାଗି ସରକାର ଯୋଜନା କରିଛନ୍ତି। ମୁଖ୍ୟ ମନ୍ଦିରରେ ସମସ୍ତଙ୍କ ପାଇଁ ସମାନ ନୀତିକାନ୍ତି ହେବ ବୋଲି ନିଷ୍ପତ୍ତି ହୋଇଛି। ଢେଙ୍କାନାଳରେ ମହିମାଧର୍ମର ପ୍ରଚାରକ ସନ୍ଥକବି ଭୀମ ଭୋଇଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ, ବ୍ରାହ୍ମଣୀ ନଦୀର କାଲୁରିଆ-ଦିଘିକୁ ସଂଯୋଗ ଲାଗି ନିର୍ମାଣାଧୀନ ବ୍ରିଜ୍‌କୁ ମହିମା ସେତୁ ନାମରେ ନାମିତ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି।
ସହଯୋଗିତା ମନୋଭାବ ନେଇ ପୀଠର ସୌନ୍ଦର୍ଯ୍ୟକରଣରେ ସାଧୁସନ୍ଥ, ଅଞ୍ଚଳବାସୀ ଆଗେଇ ଆସିବାକୁ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ନିବେଦନ କରିଛନ୍ତି। ବଳ୍କଳଧାରୀ ସାଧୁ ନିତ୍ୟାନନ୍ଦ ବାବା, କୌପୀନଧାରୀ ସାଧୁ ଶ୍ରୀମଦ୍‌ ରଘୁନାଥ ବାବା, ଅବିନାଶୀ ବାବା ଆଲୋଚନାରେ ଭାଗନେଇ ପୀଠରେ ଥିବା ସମସ୍ତ ୩ ପୋଖରୀର ପୁନଃରୁଦ୍ଧାର କରିବାକୁ ଦାବି କରିଥିଲେ। ମହିମାଗାଦିର ଉନ୍ନତି ପାଇଁ ଦୁଇ ସାଧୁଗୋଷ୍ଠୀ ବିଶାଳ ହୃଦୟର ପରିଚୟ ଦେଇଛନ୍ତି। ବିବାଦୀୟ ମାମଲାଗୁଡ଼ିକୁ ପ୍ରତ୍ୟାହାର କରିନେବା ପାଇଁ ସେମାନେ ନିଷ୍ପତ୍ତି ନେଇଛନ୍ତି, ଯାହାକୁ ସବୁବର୍ଗ ସ୍ବାଗତ କରିଛନ୍ତି। ଏଥିଲାଗି ସାଧୁସନ୍ନ୍ୟାସୀମାନେ ମୁଖ୍ୟମନ୍ତ୍ରୀ, ଜିଲାର ଜନପ୍ରତିନିଧି, ପ୍ରଶାସନ, ପୋଲିସକୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ବୈଠକରେ ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ, ସରପଞ୍ଚ ଆରତୀ ନାୟକ, ଜିଲା ପରିଷଦ ସଦସ୍ୟ ବିଶ୍ୱନାଥ ଚିନ୍ନାରା, ବିଡିଓ ଆଶିଷ ରଞ୍ଜନ ସାହୁ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri