ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ପୀଠର ପାରିପାର୍ଶ୍ୱିକ ବିକାଶମୂଳକ କାର୍ଯ୍ୟ ହେବ। ଉଭୟ ଗୋଷ୍ଠୀର ନିଷ୍ପତ୍ତିକୁ ଅଗ୍ରାଧିକାର ଦିଆଯିବ। ଖୁବ୍‌ଶୀଘ୍ର ୫-ଟି ସଚିବ ମହିମାଗାଦି ପରିଦର୍ଶନ କରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ। ଶୁକ୍ରବାର ଯୋରନ୍ଦାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ ଏହି ସୂଚନା ଦେଇଛନ୍ତି।
ଢେଙ୍କାନାଳ ଜିଲାର ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଲାଗି ରାଜ୍ୟ ସରକାର ମଞ୍ଜୁର କରିଥିବା ୫୦ କୋଟି ଟଙ୍କା ମଧ୍ୟରୁ ୧୦ କୋଟି ଯୋରନ୍ଦା ମହିମାଗାଦି ଉନ୍ନୟନ କାର୍ଯ୍ୟରେ ଖର୍ଚ୍ଚ କରାଯିବାକୁ ଯୋଜନା କରାଯାଇଛି। ଆବଶ୍ୟକ ପଡ଼ିଲେ ଅଧିକ ଅନୁଦାନ ଅର୍ଥ ଲୋଡ଼ାଯିବ।
ପୀଠକୁ ଆକର୍ଷଣୀୟ କରିବା ଲାଗି ସମସ୍ତ ପଦକ୍ଷେପ ନିଆଯିବ। ପାର୍କ, ପୋଖରୀ ପୁନରୁଦ୍ଧାର ସାଙ୍ଗକୁ ରାସ୍ତା ଚଉଡ଼ା କରାଯିବ। ମଠ ସମ୍ପର୍କରେ ଜାଣିବା ପାଇଁ ସୂଚନା ଫଳକ ଲଗାଯିବ। ଉନ୍ନତମାନର ଶୌଚାଳୟ, ବନୀକରଣ, ପ୍ରାର୍ଥନା ଗୃହ, କଠିନ ବର୍ଜ୍ୟବସ୍ତୁ ପରିଚାଳନା ଲାଗି ସ୍ବତନ୍ତ୍ର ଯୋଜନା କରାଯାଉଛି। ପୀଠକୁ ସମ୍ପୂର୍ଣ୍ଣ ଆଲୋକୀକରଣ କରାଯିବ। ମିଟିଂ ହଲ୍‌, ପର୍ଯ୍ୟଟକଙ୍କ ରହଣି ପାଇଁ ପାନ୍ଥଶାଳା ନିର୍ମାଣ ହେବ। ଯୋରନ୍ଦାକୁ ବର୍ଷତମାମ ପର୍ଯ୍ୟଟକ ଆସୁଥିବାରୁ ବ୍ୟବସ୍ଥିତ ପାର୍କିଂ ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦିଆଯାଇଛି। ଏସବୁ କାର୍ଯ୍ୟ ଲାଗି ଆର୍କିଟେକ୍‌ମାନେ ଡିଜାଇନ ଦେବେ। ଜିଲାର ସ୍ବର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ଯୋରନ୍ଦା, କପିଳାସ ଓ ସପ୍ତଶଯ୍ୟା। ତନ୍ମଧ୍ୟରୁ ବିଶ୍ୱ ପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାର ଉନ୍ନୟନ ଲାଗି ସରକାର ଯୋଜନା କରିଛନ୍ତି। ମୁଖ୍ୟ ମନ୍ଦିରରେ ସମସ୍ତଙ୍କ ପାଇଁ ସମାନ ନୀତିକାନ୍ତି ହେବ ବୋଲି ନିଷ୍ପତ୍ତି ହୋଇଛି। ଢେଙ୍କାନାଳରେ ମହିମାଧର୍ମର ପ୍ରଚାରକ ସନ୍ଥକବି ଭୀମ ଭୋଇଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ, ବ୍ରାହ୍ମଣୀ ନଦୀର କାଲୁରିଆ-ଦିଘିକୁ ସଂଯୋଗ ଲାଗି ନିର୍ମାଣାଧୀନ ବ୍ରିଜ୍‌କୁ ମହିମା ସେତୁ ନାମରେ ନାମିତ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି।
ସହଯୋଗିତା ମନୋଭାବ ନେଇ ପୀଠର ସୌନ୍ଦର୍ଯ୍ୟକରଣରେ ସାଧୁସନ୍ଥ, ଅଞ୍ଚଳବାସୀ ଆଗେଇ ଆସିବାକୁ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ନିବେଦନ କରିଛନ୍ତି। ବଳ୍କଳଧାରୀ ସାଧୁ ନିତ୍ୟାନନ୍ଦ ବାବା, କୌପୀନଧାରୀ ସାଧୁ ଶ୍ରୀମଦ୍‌ ରଘୁନାଥ ବାବା, ଅବିନାଶୀ ବାବା ଆଲୋଚନାରେ ଭାଗନେଇ ପୀଠରେ ଥିବା ସମସ୍ତ ୩ ପୋଖରୀର ପୁନଃରୁଦ୍ଧାର କରିବାକୁ ଦାବି କରିଥିଲେ। ମହିମାଗାଦିର ଉନ୍ନତି ପାଇଁ ଦୁଇ ସାଧୁଗୋଷ୍ଠୀ ବିଶାଳ ହୃଦୟର ପରିଚୟ ଦେଇଛନ୍ତି। ବିବାଦୀୟ ମାମଲାଗୁଡ଼ିକୁ ପ୍ରତ୍ୟାହାର କରିନେବା ପାଇଁ ସେମାନେ ନିଷ୍ପତ୍ତି ନେଇଛନ୍ତି, ଯାହାକୁ ସବୁବର୍ଗ ସ୍ବାଗତ କରିଛନ୍ତି। ଏଥିଲାଗି ସାଧୁସନ୍ନ୍ୟାସୀମାନେ ମୁଖ୍ୟମନ୍ତ୍ରୀ, ଜିଲାର ଜନପ୍ରତିନିଧି, ପ୍ରଶାସନ, ପୋଲିସକୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ବୈଠକରେ ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ, ସରପଞ୍ଚ ଆରତୀ ନାୟକ, ଜିଲା ପରିଷଦ ସଦସ୍ୟ ବିଶ୍ୱନାଥ ଚିନ୍ନାରା, ବିଡିଓ ଆଶିଷ ରଞ୍ଜନ ସାହୁ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?