Posted inଖେଳ

ଭାରତର ଟି-୨୦ ବିଶ୍ୱକପ୍‌ ଫାଇନାଲ ଖେଳିବା ଆଶା ଚୂରମାର୍‌

ଆଡିଲେଡ,୧୦।୧୧: ଭାରତର ଟି-୨୦ ବିଶ୍ୱକପ୍‌ ଫାଇନାଲ ଖେଳିବା ଆଶ ଶେଷରେ ଚୂରମାର୍‌ ହୋଇଛି। ସେମିଫାଇନାଲରେ ଇଂଲଣ୍ଡଠାରୁ ଶୋଚନୀୟ ଭାବେ ପରାଜୟ ହୋଇଛି ଭାରତ। ୧୬୯ ରନ୍‌ର ଟାର୍ଗେଟ୍‌କୁ ପିଛା କରି ଇଂଲଣ୍ଡ ୧୬ ଓଭରରେ କୌଣସି ଉଇକେଟ୍‌ ନ ହରାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିଥିଲା। ଇଂଲଣ୍ଡର ଓପନର ଜୋଶ ବଟଲର ୪୯ ବଲ୍‌ରୁ ୮୦ ଏବଂ ଆଲେକ୍ସ ହେଲ୍ସ ୪୭ ବଲ୍‌ରୁ ୮୬ ରନ୍‌ର ପାଳି ଖେଳି ଅପରାଜିତ ରହିଥିଲେ। ଭାରତର ସମସ୍ତ ବୋଲର ମହଙ୍ଗା ସାବ୍ୟସ୍ତ ହୋଇଥିଲେ। ଏହାସହ ଇଂଲଣ୍ଡ ଫାଇନାଲକୁ ଉନ୍ନୀତ ହେଇଛି।
ଏହି ମ୍ୟାଚ୍‌ରେ ଇଂଲଣ୍ଡ ଦଳର ଅଧିନାୟକ ଜୋସ ବଟଲର ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ କେଏଲ ରାହୁଲଙ୍କ ରୂପରେ ପ୍ରଥମ ଝଟକା ପାଇଥିଲା। ସେ ମାତ୍ର ଯିଏ ୫ ରନ ସ୍କୋର କରିପାରିଥିଲେ। ଏହା ପରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ମଧ୍ୟରେ ଦ୍ୱିତୀୟ ଉଇକେଟ ପାଇଁ ୪୭ ରନର ଭାଗିଦାରୀ ହୋଇଥିଲା। ରୋହିତ ଶର୍ମା ୨୮ ବଲ୍‌ରେ ୨୭ ରନ୍‌ କରି ଆଉଟ୍‌ ହୋଇଥିଲେ। ଫର୍ମରେ ଥିବା ସୂର୍ଯ୍ୟକୁମାର ଯାଦବ ଆଜି ବିଶେଷ କିଛି କରିପାରି ନ ଥିଲେ। ସେ ମାତ୍ର ୧୦ ରନ୍‌ କରି ଆଉଟ୍‌ ହୋଇଥିଲେ। ଫଳରେ ଭାରତ ୭୫ ରନରେ ୩ଟି ଉଇକେଟ ହରାଇଥିଲା। ଚତୁର୍ଥ ଉଇକେଟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ବିରାଟ କୋହଲି ଅର୍ଦ୍ଧଶତକୀୟ ଭାଗିଦାରୀ କରିଥିଲେ। କୋହଲି ୫୦ ରନ ସ୍କୋର କରି ଜୋର୍ଡାନଙ୍କ ଶିକାର ହୋଇଥିଲେ। ପରେ ପାଣ୍ଡ୍ୟା ୩୩ ବଲ୍‌ରେ ୬୩ ରନ୍‌ କରି ଇନିଂସର ଶେଷ ବଲ୍‌ରେ ଆଉଟ୍‌ ହୋଇଥିଲେ। ଇଂଲଣ୍ଡ ପକ୍ଷରୁ କ୍ରିସ୍‌ ଜୋର୍ଡାନ ୩ଟି ଉଇକେଟ୍‌ ନେଇଥିବାବେଳେ ଆଦିଲ ରଶିଦ, ବେନ ଷ୍ଟୋକ୍ସ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।
ଆସନ୍ତା ନଭେମ୍ବର ୧୩ରେ ମେଲବୋର୍ନ କ୍ରିକେଟ୍‌ ଷ୍ଟାଡିୟମରେ ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?