Posted inଖେଳ

ପୂର୍ବତନ ଭାରୋତ୍ତୋଳକ ଜୋଶେଫଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟର ସହାୟତା

ନୂଆଦିଲ୍ଲୀ,୧୯।୫(ପି.ଟି.): ପୂର୍ବତନ ଭାରୋତ୍ତୋଳକ ଜୋଶେଫ ଜେମ୍ସଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨ ଲକ୍ଷ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ତଥା ଅନ୍ତର୍ଜାତୀୟ ପାଓ୍ବାର ଲିଫ୍ଟିଂ କୋଚ୍‌ ଜୋଶେଫ ପ୍ରଥମେ କୋଭିଡ୍‌- ୧୯ ଦ୍ୱାରା ସଂକ୍ରମିତ ହୋଇଥିଲେ ଓ ଚିକିତ୍ସିତ ହେବା ପରେ ଆରୋଗ୍ୟ ଲାଭ କରିଥିଲେ।
୨୦୦୮ ଏସିଆନ ପାଓ୍ବାର ଲିଫ୍ଟିଂ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ବିଜେତା ଜୋଶେଫଙ୍କୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ନ୍ୟାଶନାଲ ଓ୍ବେଲଫେୟାର ଫଣ୍ଡ ଫର ସ୍ପୋଟର୍‌ସ ପର୍ସନ ମାଧ୍ୟମରେ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। କରୋନ ସଂକ୍ରମିତ ହେବା ପରେ ଏପ୍ରିଲ ୨୪ରେ ଜୋଶେଫ୍‌ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଅକ୍ସିଜେନ ସ୍ତର କମିବା ପରେ ତାଙ୍କୁ ହାଇଦ୍ରାବାଦ୍‌ସ୍ଥିତ ବିବେକାନନ୍ଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ଆଇସିୟୁରେ ଗୋଟିଏ ସପ୍ତାହ ରହିବା ପରେ ୨୦୦୬ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜୋଶେଫ ଏବେ ସୁସ୍ଥ ଅଛନ୍ତି ଓ ସେ ଘରକୁ ମଧ୍ୟ ଫେରିଛନ୍ତି।
ଏବେ କରୋନା ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ପୂର୍ବତନ କ୍ରୀଡ଼ାବିତ ଓ କୋଚ୍‌ମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ), ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ଓ କ୍ରୀଡ଼ା ମନ୍ତ୍ରଣାଳୟର ମିଳିତ ପ୍ରୟାସରେ ଏହି ସହାୟତା ପ୍ରଦାନ କରାଯାଉଛି। ଠିକ୍‌ ସମୟରେ ସହାୟତା ପ୍ରଦାନ କରିଥିବାରୁ ଜୋଶେଫ୍‌ଙ୍କ ଝିଅ ଆଲିକା ଜୋଏ କ୍ରୀଡ଼ା ମନ୍ତ୍ରଣାଳୟକୁ କୃତଜ୍ଞତା ଜଣାଇଛନ୍ତି। ତେଲଙ୍ଗାନା ଅଲିମ୍ପିକ୍‌ ଆସୋସିଏଶନ ସାଧାରଣ ସମ୍ପାଦକ କେ.ଜେ. ଯାଦବ ମଧ୍ୟ ମନ୍ତ୍ରଣାଳୟକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri