Posted inଖେଳ

ନୂଆ ଅଧିନାୟକ ଘୋଷଣା କଲା ଅଷ୍ଟ୍ରେଲିଆ, ବାଦ୍‌ ପଡ଼ିଲେ RCB ଷ୍ଟାର ବୋଲର 

ନୂଆଦିଲ୍ଲୀ,୧୨।୭: ୱେଷ୍ଟଇଣ୍ଡିଜ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ କିଙ୍ଗଷ୍ଟନରେ ଖେଳାଯିବ। ଅଷ୍ଟ୍ରେଲିଆ ଦଳ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ୍‌ ଜିତି ସିରିଜ କବଜା କରିସାରିଛି। ଏବେ ସେମାନେ ଆୟୋଜକ ଦଳକୁ କ୍ଲିନ ସୁଇପ୍‌ କରିବା ଉଦ୍ଦେଶ୍ୟରେ ତୃତୀୟ ଟେଷ୍ଟ ଖେଳିବେ। ଏହା ପରେ ଭ୍ରମଣକାରୀ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଏହା ଜୁଲାଇ ୨୧ ରୁ ଆରମ୍ଭ ହେବ। ଏହି ସିରିଜ ପାଇଁ ଅଷ୍ଟ୍ରେଲିଆ ନିଜର ଦଳ ଘୋଷଣା କରିଛି। ଏଥିରେ ଦୁଇଟି ବଡ଼ ପରିବର୍ତ୍ତନ କରାଯାଇଛି। ଅଷ୍ଟ୍ରେଲିୟ ଅଧିନାୟକ ପ୍ୟାଟ କମିନ୍ସଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ସ୍ଥାନରେ ନୂତନ ଅଧିନାୟକ ଘୋଷଣା କରାଯାଇଛି। ଏହା ବ୍ୟତୀତ ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୫ ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)କୁ ଚାମ୍ପିଅନ କରିଥିବା ବୋଲରମାନଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇ ନାହିଁ।
ଜୁଲାଇ ୨୧ ରୁ ଆରମ୍ଭ ହେଉଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଅଷ୍ଟ୍ରେଲିଆ ନିଜର ଦଳ ଘୋଷଣା କରିଛି। ପ୍ୟାଟ କମିନ୍ସଙ୍କ ସ୍ଥାନରେ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ଦଳର ଅଧିନାୟକ କରାଯାଇଛି। ଏହି ସିରିଜ ପାଇଁ କମିନ୍ସ ଏବଂ ଦ୍ରୁତ ବୋଲର ଜୋଶ ହାଜେଲଉଡଙ୍କୁୁ ବିଶ୍ରାମ ଦିଆଯାଇଛି। ହାଜେଲଉଡ IPL ୨୦୨୫ ରେ RCB ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ଦଳକୁ ଚାମ୍ପିଅନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।
ହାଜେଲଉଡ IPL ୨୦୨୫ ରେ ୧୨ ମ୍ୟାଚ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ୨୨ ଉଇକେଟ ନେଇଥିଲେ। ଏହା ବ୍ୟତୀତ ସେ ୫୨ ଟି୨୦ ମ୍ୟାଚ ଖେଳିଛନ୍ତି। ଯେଉଁଥିରେ ସେ ୬୭ ଉଇକେଟ ନେଇଛନ୍ତି। ହାଜେଲଉଡ ବର୍ତ୍ତମାନ ୱେଷ୍ଟଇଣ୍ଡିଜ ବିପକ୍ଷରେ ଟେଷ୍ଟ କ୍ରିକେଟ ଖେଳିବାରେ ବ୍ୟସ୍ତ ଅଛନ୍ତି। ସେ ଗତ ଦୁଇଟି ଟେଷ୍ଟ ମ୍ୟାଚ୍‌ରେ ୧୧ ଉଇକେଟ ନେଇଛନ୍ତି।
ୱେଷ୍ଟଇଣ୍ଡିଜ ବିପକ୍ଷରେ T୨୦ ସିରିଜ ପାଇଁ ପ୍ୟାଟ କମିନ୍ସଙ୍କୁ ବିଶ୍ରାମ ଦିଆଯାଇଛି। କମିନ୍ସଙ୍କ ସ୍ଥାନରେ ଅଲରାଉଣ୍ଡର ମିଚେଲ ମାର୍ଶଙ୍କୁ ଦଳର ଅଧିନାୟକ କରାଯାଇଛି। କମିନ୍ସ ଦକ୍ଷିଣ ଆଫ୍ରିକା ବିପକ୍ଷ ଧଳା ବଲ ସିରିଜ ପାଇଁ ମଧ୍ୟ ନିଜର ନାମ ପ୍ରତ୍ୟାହାର କରିନେଇଛନ୍ତି। ସେ ୨୦୨୫-୨୬ ଆଶେସ ପାଇଁ ନିଜକୁ ସମ୍ପୂର୍ଣ୍ଣ ଫିଟ ରଖିବାକୁ ଚାହାନ୍ତି ଏବଂ ସେଥିପାଇଁ ସେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମିଚେଲ ଓୱେନ ଏବଂ ମ୍ୟାଟ କୁହ୍ନେମାନଙ୍କୁ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ ଦଳରେ ସାମିଲ କରାଯାଇଛି।
ଅଷ୍ଟ୍ରେଲିଆ ଦଳ:
ମିଚେଲ ମାର୍ଶ (ଅଧିନାୟକ), ସିଆନ ଆବୋଟ୍‌, କୁପର୍‌ କନୋଲି, ଟିମ ଡେଭିଡ୍‌, ବେନ ଡ୍ବାରସିସ, ନାଥନ ଏଲିସ, କାମେରୁନ ଗ୍ରୀନ, ଆରୋନ ହାର୍ଡି, ଜୋଶ ଇଙ୍ଗଲିସ, ସ୍ପେନ୍ସର ଜନସନ୍‌, ମ୍ୟାଟ କୁହ୍ନେମାନ, ଗ୍ଲେନ ମ୍ୟାକ୍ସୱେଲ, ମିଚେଲ ଓୱେନ, ମାଥ୍ୟୁ ସର୍ଟ, ଆଡାମ ଜାମ୍ପା।

Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?